ଡିଲରଙ୍କ ପାଇଁ ୨ ହଜାର କ୍ୱିଣ୍ଟାଲରୁ ଅଧିକ ଚିନି ମହଜୁଦ ମନା

ନୂଆଦିଲ୍ଲୀ:ଚିନିର କଳାବଜାରୀ ଓ ଅତ୍ୟଧିକ ମହଜୁଦକୁ ରୋକିବା ପାଇଁ କେନ୍ଦ୍ର ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ଅଧିକ ଚିନି ମହଜୁଦ ରଖିପାରିବେ ନାହିଁ। ସେପ୍ଟେମ୍ବର ୧୫ରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଡିଲରମାନଙ୍କୁ ସର୍ବାଧିକ ୪ ହଜାର କ୍ୱିଣ୍ଟାଲ ପର୍ଯ୍ୟନ୍ତ ଚିନି ମହଜୁଦ ରଖିବାକୁ ଅନୁମତି ଥିଲା। ଏବେ ଏହି ସୀମାକୁ ଅଧା କରି ୨ ହଜାର କ୍ୱିଣ୍ଟାଲ କରାଯାଇଛି। ଚିନି ଯୋଗାଣ ଓ ବଜାର ଦର ଉପରେ ନଜର ରଖିବା ସହ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।ନୂଆ ନିୟମ ଅନୁଯାୟୀ, କୌଣସି ବ୍ୟବସାୟୀ କିମ୍ବା ଡିଲର ନିଜ ଷ୍ଟକ୍‌କୁ ୩୦ ଦିନରୁ ଅଧିକ ସମୟ ମହଜୁଦ ରଖିପାରିବେ ନାହିଁ। ଏହି ନିୟମ ଆସନ୍ତା ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

  • Related Posts

    ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି ବର୍ତ୍ତମାନ ଆଞ୍ଚଳିକ ବିମାନ କମ୍ପାନୀ Fly91ରେ ପାଇଲଟ ଭାବରେ ଯୋଗ ଦେଇଛନ୍ତି। ଏହା…

    Continue reading
    ଛାତିଥରା ଘଟଣା: ନାବାଳିକାଙ୍କୁ କାର୍ ଭିତରେ ଗଣବଳାତ୍କାର

    ପାଟନା: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ