ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ଏହି କାରବୀୟ ଆଇଲ୍ୟାଣ୍ଡ ପକ୍ଷରୁ ଦେଶର ସର୍ବୋଚ୍ଚ ସମ୍ମାନ ‘ଦି ଡୋମିନିକା ଆୱର୍ଡ ଅଫ୍ ଅନର୍’ ଘୋଷଣା କରାଯାଇଛି। କୋଭିଡ୍-୧୯ ସମୟରେ ଭାରତରୁ ୭୦ ହଜାର କୋଭିଡ୍ ଟିକା ଡୋମିନିକା ପଠାଯାଇଥିଲା। ଏହି ଅବଦାନକୁ ସମ୍ମାନ ଜଣାଇ ଡୋମିନିକା ଏହାର ସର୍ବୋଚ୍ଚ ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁ ଘୋଷଣା କରିଛି।

ଚଳିତ ନଭେମ୍ବର ୧୯ରୁ ୨୧ ତାରିଖ ପର୍ୟ୍ୟନ୍ତ ଗୁୟାନାର ଜର୍ଜଟାଉନରେ ଅନୁଷ୍ଠିତ ହେବ ଭାରତ-କ୍ୟାରିକମ୍ ଶିଖର ସମ୍ମିଳନୀ। ଏହି ସମ୍ମିଳନୀରେ ଡୋମିନିକା ରାଷ୍ଟ୍ରପତି ସିଲଭାନୀ ବର୍ଟୋନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପ୍ରଦାନ କରିବେ। ପ୍ରକାଶ ଥାଉ, ୨୦୨୧ ଫେବୃଆରୀ ମାସ କୋଭିଡ୍ ମହାମାରୀ ସମୟରେ ଭାରତ ୭୦ ହଜାର ‘ଆଷ୍ଟ୍ରଜେନେକା’ କୋଭିଡ ଟିକା ଡୋମିନିକା ପଠାଇଥିଲା। ଏହି ଟିକାରେ ଡୋମିନିକା ନିଜ ଦେଶର ନାଗରିକଙ୍କ ଜାବନ ବଞ୍ଚାଇବା ସହ ଏହାର ପଡ଼ୋଶୀ ଦେଶକୁ ମଧ୍ୟ ସାହାଯ୍ୟ କରିପାରିଥିଲା।ଏନେଇ ଡୋମିନିକା ପ୍ରଧାନମନ୍ତ୍ରୀ ରୁଜଭେଲ୍ଟ ସ୍କେରିଟ କହିଛନ୍ତି ଯେ, ଏହି ପୁରସ୍କାର ହେଉଛି ଡୋମିନିକାକୁ ଭାରତର ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ସ୍ଵରୂପ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ