ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ: ଜିନପିଙ୍ଗ

ଚୀନ, 01/09: ଚୀନର ତିଆନଜିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ରବିବାର ଦ୍ଵିପାକ୍ଷିକ ଆଲୋଚନା ସମ୍ପନ୍ନ ହୋଇଛି। ୪୦ ମିନିଟ ଧରି ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା କାଳରେ ବିଶେଷକରି ଉଭୟ ଦେଶର ସୀମା ବିବାଦ ଉପରେ ଆଲୋଚନା ହୋଇଥିଲା। ସମ୍ପର୍କକୁ କିପରି ଆଗକୁ ବଢ଼ାଇ ହେବ ସେ ନେଇ ଦୁଇ ନେତା ନିଜ ନିଜର ମନ୍ତବ୍ୟ ରଖିଥିଲେ। ଆସ୍ଥା, ସମ୍ମାନ ଏବଂ ସମ୍ବେଦନଶୀଳତା ଆଧାରରେ ଦୁଇ ଦେଶର ସମ୍ପର୍କ ଆଗକୁ ବଢ଼ିବ ବୋଲି ମୋଦୀ କହିଥିଲେ। ଜିନପିଙ୍ଗ ମଧ୍ୟ ଦୁଇ ଦେଶ ମଧ୍ୟରେ ଆପୋସ ସହଯୋଗ ପାଇଁ ନିଜର ସହମତି ପ୍ରକାଶ କରିଥିଲେ। ସାମ୍ପ୍ରତିକ ସ୍ଥିତିରେ ଭାରତ ଏବଂ ଚୀନ ଏକା ସାଙ୍ଗରେ ଚାଲିବା ଉଚିତ ଏବଂ ଦୁଇ ଦେଶର ସମ୍ପର୍କ ମଜଭୁତ ହେବା ଜରୁରୀ ବୋଲି ଜିନପିଙ୍ଗ ମତପୋଷଣ କରିଥିଲେ। ଜିନପିଙ୍ଗ କହିଥିଲେ, ଦୁନିଆ ପରିବର୍ତ୍ତନ ଦିଗରେ ଆଗକୁ ବଢ଼ୁଛି। ଦୁଇ ଦେଶ ପରସ୍ପରର ଭଲ ପଡ଼ୋଶୀ ହେବା ଆବଶ୍ୟକ। ଆମେ ଆପୋସ ସହ​‌ଯୋଗ ପାଇଁ ରାଜି। ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ