ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି। ଗତକାଲି ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରି ଯେପରି ଓଡ଼ିଆ ଶ୍ରମିକ ମାନଙ୍କ ଉପଯୁକ୍ତ ଚିକିତ୍ସା ହୋଇ ପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳି ପାରିବ, ସେ ବିଷୟରେ ଆଲୋଚନା କରିଥଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁରେ ପହଞ୍ଚି ତାମିଲନାଡୁ ଅଧିକାରୀ ମାନଙ୍କ ସହିତ ସମନ୍ୱୟ ରକ୍ଷାକରି ଆହତ ଶ୍ରମିକ ମାନଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ସହାୟତା ଜାରି ରଖିଛନ୍ତି ।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ