ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି ସୁରକ୍ଷିତ ଭାବେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ କେନ୍ଦୁଝର ଜିଲ୍ଲାର ହୋଇଥିବାବେଳେ ଅନ୍ୟ ୪ ଜଣ କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ରହିଛନ୍ତି।
ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀଙ୍କ ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୨ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଶ୍ରମିକମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବାକୁ ସରକାର ପ୍ରାଥମିକତା ଦେଇଥିଲେ । ଫେରିଥିବା ୬୨ ଜଣ ଶ୍ରମିକଙ୍କ ମଧ୍ୟରେ ୩୫ ଜଣ ମହିଳା ଅଛନ୍ତି ଏବଂ ସେମାନେ ସମସ୍ତେ କେନ୍ଦୁଝର ଜିଲ୍ଲାର। ସେହିପରି ୨୭ ଜଣ ପୁରୁଷ ଶ୍ରମିକ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ କେନ୍ଦୁଝର ଜିଲ୍ଲାର ହୋଇଥିବାବେଳେ ଅବଶିଷ୍ଟ ୪ ଜଣ କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ରହିଛନ୍ତି ।
ଇନ୍ଦ୍ରମଣି ତ୍ରିପାଠୀ କହିଛନ୍ତି, “ଗତ ୨୬ ଜୁନ୍ ସକାଳ ୧୦ଟାରେ ଚେନ୍ନାଇ ରେଳ ଷ୍ଟେସନରୁ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ଟ୍ରେନ୍‌ ଯୋଗେ ଓଡ଼ିଶା ପଠାଯାଇଥିଲା। ଆଜି ସକାଳ ୬ଟା ୧୫ ମିନିଟ୍‌ରେ ସେମାନେ ସୁରକ୍ଷିତ ଭାବେ ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚିଛନ୍ତି। ଷ୍ଟେସନରେ ପୂର୍ବରୁ ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟ ପରୀକ୍ଷା, ବିଶ୍ରାମ ଏବଂ ଯାତାୟାତ ସମେତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଥିଲା।”

ଭୁବନେଶ୍ୱରରେ ପହଞ୍ଚିବା ପରେ କେନ୍ଦୁଝର ଜିଲ୍ଲାର ୫୮ ଜଣ ଶ୍ରମିକଙ୍କୁ ସ୍ୱତନ୍ତ୍ର ବସ୍‌ ଯୋଗେ ସେମାନଙ୍କ ଘରକୁ ପଠାଇବାର ବ୍ୟବସ୍ଥା କରାଯାଇଥିଲା। ସେହିପରି କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଢେଙ୍କାନାଳରୁ ଆସିଥିବା ଚାରି ଜଣ ଶ୍ରମିକଙ୍କୁ ମଧ୍ୟ ସରକାରୀ ବ୍ୟବସ୍ଥାରେ ନିଜ ନିଜ ଜିଲ୍ଲାକୁ ପଠାଯାଇଛି।

ଉଲ୍ଲେଖଯୋଗ୍ୟ, ଏହି ଭୟାବହ ଗ୍ୟାସ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୨ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଗୁରୁତର ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିବା ୪ ଜଣ ଶ୍ରମିକ ସୁସ୍ଥ ହୋଇ ଆଜି ସେମାନଙ୍କ ସହ ଓଡ଼ିଶା ଫେରିଛନ୍ତି। ଏହି ଘଟଣା ପରେ କାରଖାନାରେ କାର୍ଯ୍ୟରତ ଅନ୍ୟ ଓଡ଼ିଆ ଶ୍ରମିକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା।

ଚେନ୍ନାଇ ନିକଟସ୍ଥ ତିରୁଭାଲ୍ଲୁର ଜିଲ୍ଲାର ସେଣ୍ଟ ପିଟର ଆଣ୍ଡ ପଲ୍ ସି-ଫୁଡ୍ସ ଏକ୍ସପୋର୍ଟସ୍ କମ୍ପାନୀରେ ଗତ ଜୁନ୍ ୨୧ ତାରିଖରେ ଘଟିଥିବା ଅମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ପରେ ରାଜ୍ୟ ସରକାରଙ୍କ ତତ୍ପରତାର ଆଉ ଏକ ବଡ଼ ପଦକ୍ଷେପ ସାମ୍ନାକୁ ଆସିଛି। ଦୁର୍ଘଟଣା ପରେ ସେଠାରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକମାନଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବା ପାଇଁ ଶ୍ରମ ଓ ଇଏସଆଇ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଚେନ୍ନାଇ ଯାଇ ସମସ୍ତ ବ୍ୟବସ୍ଥା କରିଥିଲେ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ