ତିଲେଇବଣି ଓ ରିଆମାଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଦେବଗଡ଼:ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ‌ଆଜି ଦେବଗଡ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।ତିଲେଇବଣି ବ୍ଲକ୍ କଲ୍ୟାଣ ମଣ୍ଡପରେ ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ରବି ନାରାୟଣ ନାଏକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜନସାଧାରଣଙ୍କ ସର୍ବାଙ୍ଗୀନ ଉନ୍ନତି ଏବଂ ମୌଳିକ ସୁବିଧାଗୁଡ଼ିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ସରକାରଙ୍କ ପ୍ରୟାସ ଜାରି ରହିଛି। ଆସନ୍ତୁ ସମସ୍ତେ ମିଳିମିଶି ଏକ ବିକଶିତ, ସୁଦୃଢ଼ ଓ ସମୃଦ୍ଧ ଦେବଗଡ଼ ଜିଲ୍ଲା ଗଠନ କରିବା ପାଇଁ ମନ୍ତ୍ରୀ ଶ୍ରୀ ନାଏକ କହିଥିଲେ। କାର୍ଯ୍ୟକ୍ରମରେ ପୁର୍ବ ବିଧାୟକ ତଥା ସାଂସଦଙ୍କ ଜିଲ୍ଲା ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ତିଲେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ,ଉପାଧ୍ୟକ୍ଷା ଆରତୀ ପ୍ରଧାନ, ସାଂସଦଙ୍କ ତିଲେଇବଣି ବ୍ଲକ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।ଏହାପରେ ଗ୍ରାମ୍ୟ ଉନ୍ନୟନ ବିଭାଗର ୬ ଗୋଟି ପ୍ରକଳ୍ପ ୧୩ କୋଟି ୯୬ ଲକ୍ଷ ୩୦ ହଜାର ଟଙ୍କାର ଭିତ୍ତି ପ୍ରସ୍ତର ସ୍ଥାପନ,ତିଲେଇବଣି ପଞ୍ଚାୟତ ସମିତିର ୩୬ ଗୋଟି ପ୍ରକଳ୍ପ ୨ କୋଟି ୩୮ ଲକ୍ଷ ଟଙ୍କାର ଭିତ୍ତି ପ୍ରସ୍ତର ସ୍ଥାପନ,ତିଲେଇବଣି ପଞ୍ଚାୟତ ସମିତିର ୬ ଗୋଟି ପ୍ରକଳ୍ପ ୪୪ ଲକ୍ଷ ଟଙ୍କା ର ଶୁଭ ଉଦଘାଟନ କରିଥିଲେ।ସେହିପରି ରିଆମାଳ କଲ୍ୟାଣ ମଣ୍ଡପରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନାଏକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ୧୦ ଟି ପ୍ରକଳ୍ପ ପାଇଁ ୨୬ କୋଟି ୩୮ ଲକ୍ଷ ଟଙ୍କା ଭିତ୍ତି ପ୍ରସ୍ତର ସ୍ଥାପନ, ରିଆମାଳ ପଞ୍ଚାୟତ ସମିତି ପାଇଁ ୩୩ ଟି ପ୍ରକଳ୍ପର ୧ କୋଟି ୯୮ ଲକ୍ଷ ଟଙ୍କାର ଭିତ୍ତି ପ୍ରସ୍ତର ସ୍ଥାପନ, ରିଆମାଳ ପଞ୍ଚାୟତ ସମିତିର ୧ କୋଟି ୪ ଲକ୍ଷ ଟଙ୍କା ବ୍ୟୟର ୯ ଟି ପ୍ରକଳ୍ପର ଉଦଘାଟନ କରିଥିଲେ।କାର୍ଯ୍ୟକ୍ରମରେ ପୂର୍ବ ବିଧାୟକ ତଥା ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଶ୍ରୀ ପାଣିଗ୍ରାହୀ, ଅଧ୍ୟକ୍ଷ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଶ୍ରୀ ବେହେରା, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ରିଆମାଳ ପଞ୍ଚାୟତ ସମିତିର ଅଧ୍ୟକ୍ଷ ମଧୁସୂଦନ ପ୍ରଧାନ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ,ତିଲେଇବଣି ବ୍ଲକ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ରିଆମାଳ ବ୍ଲକ ବିଡିଓ ଆଦିତ୍ୟ ପଣ୍ଡା,ଦେବଗଡ ପୌରପରିଷଦର ଉପାଧ୍ୟକ୍ଷ ପ୍ରଜିତ ଭୋଜଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଜନସାଧାରଣ ଉପସ୍ଥିତ ଥିଲେ।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ