ତୃତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ତିଳେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ଅନ୍ତର୍ଗତ ସମନ୍ତରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ସୁଗୁଡା ସି.ଆର.ସି.ସି ପ୍ରାଣବନ୍ଧୁ ଘଡେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଦେବଗଡ଼ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର ଉଦଘାଟନ କରିବା ସହ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ଅନ୍ୟତମ ସଂମ୍ମାନିତ ଅତିଥି ଭାବେ ସମଗ୍ର ଶିକ୍ଷା ଶୈକ୍ଷିକ ତତ୍ତ୍ୱ ସଂଯୋଜକ ତପନ କୁମାର ସାହୁ ପି. ଏମ. ଶ୍ରୀ ଅପୂର୍ବ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରା, ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଶର୍ମା ମଞ୍ଚସୀନ ଥିଲେ।ବୈଠକର ପ୍ରଥମ ପର୍ଯ୍ୟାୟରେ କ୍ଲଷ୍ଟରରେ ନୂତନ ଭାବେ ଯୋଗଦାନ କରିଥିବା ପ୍ରଧାନ ଶିକ୍ଷକ ହୃଷିକେଶ ପ୍ରଧାନ, ଗୁରୁଚରଣ ବେହେରା ପ୍ରଧାନ ଶିକ୍ଷୟିତ୍ରୀ ବେରେଣିକା ଟୀଗା, ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ପ୍ରଧାନ ଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରାଯାଇଥିଲା।ବୈଠକରେ ପୂର୍ଵ ବୈଠକର ବିଷୟବସ୍ତୁର ଆଲୋଚନା ଆକଳନର ରୂପରେଖ ଓ ସାମଗ୍ରିକ ପ୍ରଗତି ପତ୍ର, ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ, ପାଠ୍ୟ ପୁସ୍ତକରେ ଥିବା ଆନୁମାନିକ ପିରିଅଡ ସଂଖ୍ୟା ଅନୁସାରେ ଭିନ୍ନ ଭିନ୍ନ ଶିକ୍ଷଣ କାର୍ଯ୍ୟ, ଏଫ.ଏଲ.ଏନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ଶିକ୍ଷଣ କାର୍ଯ୍ୟ ପ୍ରସ୍ତୁତି ଓ ଉପସ୍ଥାପନା,ଗ୍ୟାଲେରୀ ପରିଭ୍ରମଣ ସମ୍ବନ୍ଧରେ ଆଲୋଚନା, ନ୍ୟସ୍ତ କାର୍ଯ୍ୟର ଆଲୋଚନା, ଶିକ୍ଷଣ ସୋପାନ ରେଜିଷ୍ଟର ଓ କ୍ଲଷ୍ଟର ସ୍ତରରେ ଶୈକ୍ଷିକ ସ୍ତରୀୟ ଅଗ୍ରଗତି, ପିଏମ. ଇ. ବିଦ୍ୟା ଓ ଦୀକ୍ଷା ରେଜିଷ୍ଟ୍ରସନ ନିପୁଣ ବିଦ୍ୟାଳୟ ସଂକ୍ଷେପଣ ଓ ନ୍ୟସ୍ତ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ, ସି. ଆର. ଜି. ବୈଜୟନ୍ତୀ ମାହାନା, ଶିକ୍ଷୟିତ୍ରୀ ସସ୍ମିତା ତାଣ୍ଡି ସମସ୍ତ ବିଷୟ ବସ୍ତୁ ଗୁଡିକରେ ଆଲୋଚନା ମାଧ୍ୟମରେ ଆଲୋକପାତ କରାଇଥିଲେ।ବୈଠକରେ କ୍ଲଷ୍ଟରର ସମସ୍ତ ପ୍ରଧାନଶିକ୍ଷକ, ଏଫ.ଏଲ.ଏନ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସକ୍ରିୟ ଭାଗ ନେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସ୍ଥାନୀୟ ବିଦ୍ୟାଳୟର ରଞ୍ଜୁକ୍ତା ଭୋଜ, ପ୍ରତାପ ମିଶ୍ର, ଜିବେଶ୍ବରୀ ଦେଇ, କଲ୍ୟାଣୀ ନାୟକ, ରୀନା ରାଣୀ ଧଳଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ