ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ: ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ । ଆରମ୍ଭରୁ ଅଚଳ ହେଲା ଗୃହକାର୍ୟ୍ୟ । ଆଦାନୀ ଝଡରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ହୋ ହାଲ୍ଲାରେ କମ୍ପିଲା ଗୃହ । ଗୁରୁବାର ଯାଏ ଉଭୟ ଲୋକସଭା ଓ ରାଜ୍ୟସଭାକୁ ମୁଲବତୀ ଘୋଷଣା ହୋଇଛି । ଲୋକସଭାକୁ ବାଚସ୍ପତି ଓମବିର୍ଲା ମୁଲତବୀ ଘୋଷଣା କରିଥିଲେ ।
ତୃତୀୟ ଦିନରେ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଥିଲା । ଉଭୟ ଗୃରେ ଆଦାନୀ ପ୍ରସଙ୍ଗ ଉଠିଥିଲା । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା । ଆଦାନୀ ଲାଞ୍ଚ ଘଟଣାରେ ଆଲୋଚନା ନେଇ କଂଗ୍ରେସ ଦାବି କରିଥିଲା । କଂଗ୍ରେସ ସାଂସଦ ରଣଦୀପ ସିଂହ ସୁରଜୱାଲା ଏବଂ ମନୀଷ ତିୱାରୀ ମୁଲତବୀ ପ୍ରସ୍ତାବ ଦେଇଥିଲେ । ଲୋକସଭାରେ ଆଦାନୀ ମାମଲାରେ ଆଲୋଚନା ନେଇ ଦାବି କରିଥିଲେ ବିରୋଧୀ । ଫଳରେ ଆରମ୍ଭରୁ ଅଚଳ ହୋଇଥିଲା ଗୃହ । ବାଧ୍ୟ ହୋଇ ପ୍ରଥମେ ଅପରାହ୍ନ ୧୨ଟା ଯାଏ ଲୋକସଭାକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି । ଏହାପରେ ବି ଗୃହକାର୍ୟ୍ୟ ଚାଲି ପାରିନଥିଲା । ବାଧ୍ୟ ହୋଇ ଗୁରୁବାର ଯାଏ ଲୋକସଭାକୁ ମୁଲବତୀ ଘୋଷଣା କରିଛନ୍ତି ବାଚସ୍ପତି ଓମବିର୍ଲା ।

ଆଦାନୀ ଗ୍ରୁପ ଉପରେ ହୋଇଥିବା ଅଭିଯୋଗକୁ ନେଇ ଲୋକସଭା ବିରୋଧୀ ଦଳ ନେତା ତଥା ସାଂସଦ ରାହୁଲ ଗାନ୍ଧୀ କହିଛନ୍ତି, ତୁମେ ଭାବୁଛ ଆଦାନୀ ଉପରେ ଲାଗିଥିବା ଅଭିଯୋଗ ସେ ସ୍ବୀକାର କରିବେ । ଏହା ସ୍ବାଭାବିକ ସେ ଅଭିଯୋଗକୁ ଖଣ୍ଡନ କରିବେ । ତାଙ୍କୁ ଗିରଫ କରାଯାଉ । ସେହି ଭଦ୍ର ବ୍ୟକ୍ତି ଜଣଙ୍କ କୋଟି କୋଟି ଟଙ୍କା ଲାଞ୍ଚ ନେଇଛନ୍ତି । ତାଙ୍କୁ ତୁରନ୍ତ ଗିରଫ କରାଯାଉ । ସରକାର ତାଙ୍କୁ ସୁରକ୍ଷା ଦେଉଛି ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ