ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଜୟପୁର: ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି । ନୂଆରେ ଦାୟିତ୍ୱ ଗ୍ରହଣ କରିଥିବା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଏବଂ ବରିଷ୍ଠ ଅଧିକାରୀମାନେ ସହର ଉପକଣ୍ଠ ବାଙ୍କବିଜା ପଡ଼ିଆ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନି । ଆଜି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଶ୍ରୀ ମହାଜନ, ଉପଜିଲ୍ଲାପାଳ ଏ.ଶଶ୍ୟା ରେଡ୍ଡୀ, ଏସ୍‌ପି ରୋହିତ ବର୍ମା, ଏସ୍‌ଡିପିଓ ପାର୍ଥ ଜଗଦୀଶ କଶ୍ୟପ ପ୍ରମୁଖ ରେଲୱେ ଷ୍ଟେସନ ନିକଟ ବାଙ୍କବିଜା ପଡ଼ିଆ ପରିଦର୍ଶନ କରିଥିଲେ । ଏଠାରେ ମୁଖ୍ୟମନ୍ତ୍ରୀଙ୍କ ସଭା ହୋଇପାରେ । ଅଞ୍ଚଳ ପରିଦର୍ଶନ ସହ ସୁରକ୍ଷା, ଟ୍ରାଫିକ୍‌ ନିୟନ୍ତ୍ରଣ ଏବଂ ଅନ୍ୟାନ୍ୟ ପ୍ରସ୍ତୁତି ବାବଦରେ ଆଲୋଚନା କରିଥିଲେ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ