ତେନ୍ତଳାବାହାଳରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଦେବଗଡ଼:ଦେବଗଡ ଜିଲ୍ଲାର ରିଆମାଳ ବ୍ଲକର ତେନ୍ତଳାବାହାଳ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡ ଯୋଗ ଦେଇ ୨୯ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମେ ଦେବଗଡର ପୂର୍ବ ଏସପି ସେଫେନ୍ ଅହମ୍ମଦ କେ ଙ୍କ ଆଜି ଦେହାନ୍ତ ହୋଇଯାଇଥିବାରୁ ଶିବିରରେ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା।ଅଭିଯୋଗ ମଧ୍ୟରେ ୧୩ ଟି ବ୍ୟକ୍ତିଗତ ଏବଂ ୧୬ ଟି ସାମୁହିକ ଅଭିଯୋଗ ରହିଥିଲା।ଜନସାଧାରଣ ରାସ୍ତା ନିର୍ମାଣ,ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଶିକ୍ଷକ ସମସ୍ୟା,ଜମି ବାଡ଼ି ବିବାଦ,ଷ୍ଟ୍ରିଟ୍ ଲାଇଟ୍,ଖେଳପଡ଼ିଆ ଉନ୍ନତିକରଣ ତଥା ବିଭିନ୍ନ ସମସ୍ୟା ସଂପର୍କରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଶିବିରରେ ଡିଏଫଓ ମିସ୍ ରଶ୍ମି ଜୀ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଜିଲ୍ଲାପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଦିଲୀପ ପ୍ରଧାନ,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ,ଡେପୁଟି କଲେକ୍ଟର ଅଞ୍ଜୁନୀ କୁଜୁର,ରିଆମାଳ ବିଡିଓ ଆଦିତ୍ୟ ପଣ୍ଡା ଓ ତହସିଲଦାର ବିଜୟଲକ୍ଷ୍ମୀ ନାୟକଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

  • Related Posts

    ପିୟୁସିସି ଜରିମାନା ରାଶି ହ୍ରାସ

    ଭୁବନେଶ୍ଵର : ଗାଡି ମାଲିକ ଓ ଚାଳକଙ୍କୁ ବଡ଼ ଆଶ୍ଵସ୍ତି । ପିୟୁସିସି ଜରିମାନା ରାଶି ହ୍ରାସ କଲେ ରାଜ୍ୟ ସରକାର । ୨୦୧୯ ମସିହାରୁ ପ୍ରଦୂଷଣ ନିୟମ ଉଲଂଘନ ପାଇଁ ଧାର୍ଯ୍ୟ ହୋଇଥିବା ୧୦,୦୦୦ ଜରିମାନା ରାଶିକୁ ଏବେ ହ୍ରାସ…

    Continue reading
    ଆଜି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

    ପୁରୀ: ଆଜି ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଅପରାହ୍ନ ୨.୩୦ ଠାରୁ ସନ୍ଧ୍ୟା ୭.୦୦ଟା (ପାଖାପାଖି ୪.୩୦) ପର୍ଯ୍ୟନ୍ତ ସର୍ବସାଧାରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ