ଦବିଲା ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି ଏକାବେଳକେ ୩ଟି ବଡ଼ ଟ୍ରକ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି।ମିଳିଥିବା ସୂଚନା ଅନୁସାରେ, ଜାତୀୟ ରାଜପଥର ପାର୍ଶ୍ୱ ଦେଇ ମହାନଦୀର ବନ୍ୟାଜଳ ପ୍ରବାହିତ ହେବା ସହ ପ୍ରବଳ ବର୍ଷା ଯୋଗୁଁ ରାସ୍ତାର ମାଟି ଧୋଇଯାଇଥିଲା। ଫଳରେ ରାସ୍ତାର ଏକ ଅଂଶ ଭୁଶୁଡ଼ି ପଡ଼ିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏଥିସହ ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ଏଭଳି ପରିସ୍ଥିତି ଉପୁଜିଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି।

ଚଣ୍ଡିଖୋଲ-ପାରାଦ୍ୱୀପ ବନ୍ଦରକୁ ସଂଯୋଗ କରୁଥିବା ୫୩ ନମ୍ବର ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିଲେ ମଧ୍ୟ ରାସ୍ତାର ଦୁର୍ବଳ ନିର୍ମାଣ ଓ ପିଚୁ କାମ ଯୋଗୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ବନ୍ୟାଜଳ ଓ ବର୍ଷା ଯୋଗୁଁ ରାସ୍ତା ଦବିଯାଇଥିବାରୁ ଯାତାୟାତ ପ୍ରତି ବିପଦ ସୃଷ୍ଟି ହୋଇଛି। ତେଣୁ ରାସ୍ତାର ନିର୍ମାଣ ମାନ ଯାଞ୍ଚ କରିବା ସହ ତୁରନ୍ତ ମରାମତି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ