ଦଳ ଛାଡ଼ିଲେ କୈଳାଶ ଗେହଲଟ

ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍‌କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ ଆଦମୀ ପାର୍ଟିର ପ୍ରାଥମିକ ସଦସ୍ୟତା ମଧ୍ୟ ଛାଡିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ନିଜକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।
ସୋଶାଲ ମିଡିଆ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ କୈଳାଶ ଗେହଲଟ ତାଙ୍କ ଇସ୍ତଫା ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ଆମ୍‌ ଆଦମୀ ପାର୍ଟି ଓ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ବିରୋଧରେ ସେ ବଡ଼ ଅଭିଯୋଗ ଆଣିଛନ୍ତି। ଲୋକମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନକରିବାରୁ ସେ ଇସ୍ତଫା ଦେଇଥିବା ନେଇ କାରଣ ଦର୍ଶାଇଛନ୍ତି। ସେ ଏ ବିଷୟରେ କେଜ୍ରିୱାଲଙ୍କୁ ମଧ୍ୟ ଏକ ଚିଠି ଲେଖିଛନ୍ତି।
ସେ ତାଙ୍କ ଇସ୍ତଫା ପତ୍ରରେ ଯମୁନା ନଦୀ ସଫା କରିବା ଏବଂ କେଜ୍ରିୱାଲଙ୍କ ବଙ୍ଗଳା ନିର୍ମାଣ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି। ଏଥିସହ ଦଳପ୍ରତି ଥିବା ନିଜ ଅସନ୍ତୋଷକୁ ମଧ୍ୟ ଜାହିର କରିଛନ୍ତି। ଗେହଲଟ୍ କହିଛନ୍ତି ଯେ ଗତ ନିର୍ବାଚନରେ ଆମେ ଯମୁନାକୁ ସଫା କରିବାକୁ ପ୍ରତିଶୃତି ଦେଇଥିଲୁ କିନ୍ତୁ ଆମେ ଏହା କରିପାରିଲୁ ନାହିଁ।

Related Posts

ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

Continue reading
ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ