ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି , ପବନ ମଧ୍ୟ ବହିବାର ଆଶଙ୍କା କରାଯାଉଛି।

୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି। ସେହିପରି ୨୮, ୨୯ ଓ ୩୦ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଯାହା ୨୯ ତାରିଖ ବେଳକୁ ଘନୀଭୂତ ହୋଇ ୱେଲମାର୍କ ଲୋପ୍ରେସର ବା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଯାହା ମୌସୁମୀର ଗତିକୁ ଆହୁରି ସକ୍ରିୟ କରିବ। ଅନୁମାନ କରାଯାଉଛି, ଲଘୁଚାପ ପ୍ରଭାବରେ ଓଡ଼ିଶାକୁ ମଧ୍ୟ ଆଗୁଆ ଆସିବ ମୌସୁମି । ଜୁନ ପ୍ରଥମ ସପ୍ତାହ ସୁଦ୍ଧା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରବେଶ କରିବା ଅଧିକ ସମ୍ଭାବନା ରହିଛି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ