ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିନିକିଆ ଗସ୍ତରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ । ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ପ୍ରଥମେ ଘଟଗାଁ ଠାରେ ଅବତରଣ କରିବେ । ଏହାପରେ ସେଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ। ପରେ କେନ୍ଦୁଝର ଠାରେ ଆୟୋଜିତ ହନୁମାନ ଜୟନ୍ତୀରେ ଯୋଗ ଦେଇ ଶୋଭାଯାତ୍ରାରେ ଉପସ୍ଥିତ ରହିବେ। ସନ୍ଧ୍ୟାରେ ଭୁବନେଶ୍ୱର ଫେରିଯିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଖବର ଅନୁଯାୟୀ, ସୋମବାର ଦିନ ସାଢ଼େ ୧୧ଟାରେ ହେଲିକ୍ୟାପ୍ଟର ଯୋଗେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବାହାରି ୧୨.୧୦ ମିନିଟ୍‌ରେ ଘଟଗାଁ ସ୍ଥିତ ତାରିଣୀ ବିଦ୍ୟାପିଠ ଛାତ୍ରାବାସ ପରିସରରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ସଡ଼କ ପଥରେ ଯାଇ କେନ୍ଦୁଝର ଆରାଧ୍ୟା ମା ତାରିଣୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନ କରିବାର କାର୍ୟ୍ୟକ୍ରମ ରହିଛି । ସେଠାରେ ସାଢ଼େ ୧ଟା ପର୍ୟ୍ୟନ୍ତ ରହିବେ। ସେଠାରୁ ୧.୪୫ ରେ ବାହାରି ୨ ଟାରେ କେନ୍ଦୁଝର ରିଜର୍ଭ ପୋଲିସ୍ ପଡିଆରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ ପହଞ୍ଚିବେ। ଦିନ ୨.୧୫ରେ ସର୍କିଟ ହାଉସ୍ ଯିବେ ଓ ସେଠାରୁ ୩.୫୦ ରେ ବାହାରି ୪ ଟାରେ ଲାବଣ୍ୟ ଛକରେ ହନୁମାନ ଜୟନ୍ତୀ କାର୍ୟ୍ୟକ୍ରମରେ ଯୋଗ ଦେବେ। ସେଠାରୁ ୫ ଟା ରେ ସର୍କିଟ ହାଉସ ଯିବେ ଏବଂ ସାଢ଼େ ୫ରେ ସେଠାରୁ ବାହାରି ଭିଜର୍ଭ ପୋଲିସ୍ ଅସ୍ଥାୟୀ ହେଲିପ୍ୟାଡ ପହଞ୍ଚି ସେଠାରୁ ୫.୪୦ରେ ହେଲିକ୍ୟାପ୍ଟର ଯୋଗେ ଭୁବନେଶ୍ଵର ପ୍ରତ୍ୟାବର୍ତ୍ତନର କାର୍ୟ୍ୟକ୍ରମ ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ