ଦିବ୍ୟାଙ୍ଗ ହିତାଧିକାରୀମାନଙ୍କ ପାଇଁଁ ୨ ଲକ୍ଷ ୫୦ ହଜାର ଟଙ୍କା ବିବାହ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର, ୩୧ ଅଗଷ୍ଟ, ୨୦୨୫: ଆଜି ଅପରାହ୍ଣ 5 ଘଟିକା ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଅନୁସୂଚିତ ଜାତି ଉନ୍ନୟନ,ସଂଖ୍ୟା ଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ HDFC ବ୍ୟାଙ୍କ ସହିତ ଏକ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ ନିମନ୍ତେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଅଛି । ଏହି କାର୍ଯ୍ୟକ୍ରମରେ ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ଶାସନ ସଚିବ, HDFC ବ୍ୟାଙ୍କର ଅଧିକାରୀ, କର୍ମଚାରୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ଦ୍ଵାରା ଓଡ଼ିଶାର ବହୁ ହିତାଧିକାରୀ ଲାଭବାନ ହୋଇପାରିବେ ।ଏହି ରାଶି ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯିବ ।ଏହି ପ୍ରୋତ୍ସାହନ ରାଶି ପାଇଁ ଭିନ୍ନକ୍ଷମ ହିତାଧିକାରୀ ବିବାହର ରେଜିଷ୍ଟ୍ରେସନ୍ କରିବାର ବର୍ଷକ ମଧ୍ୟରେ ଅନଲାଇନ୍ ମାଧ୍ୟମରେ ଆବେଦନ କରିବେ। ବିବାହର ପ୍ରଥମ ବର୍ଷ ପୂରଣ ହେଲେ 25,000/-(10%) ଦ୍ଵିତୀୟ ବର୍ଷ ପୂରଣ ହେଲେ 25000/-(10%)ଏବଂ ତୃତୀୟ ବର୍ଷ ପୂରଣ ପରେ 200,000/-(80%)ଟଙ୍କା ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଏହି ବିବାହ ପ୍ରୋତ୍ସାହନ ରାଶି ଦିବ୍ୟାଙ୍ଗ ହିତାଧିକାରୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ କରିବା ପାଇଁ ସହାୟକ ହେବ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ