ଦିଲ୍ଲୀପ ରାୟ ରାଜ୍ୟସଭା ସ୍ବାଧୀନ ପ୍ରାର୍ଥୀ , ସମର୍ଥନ କରିବ ବିଜେପି

ଭୁବନେଶ୍ୱର: ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ହେବେ ରାଜ୍ୟସଭା ପ୍ରାର୍ଥୀ। ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ଲଢିବେ। ଆସନ୍ତା ୫ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ତେବେ ଦିଲ୍ଲୀପଙ୍କ ସ୍ବାଧୀନ ପ୍ରାର୍ଥୀତ୍ବକୁ ସମର୍ଥନ କରିବ ବିଜେପି। ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦିଲ୍ଲୀପ ରାୟ ନିଶ୍ଚୟ ଜିତିବେ ବୋଲି ମନମୋହନ କହିଛନ୍ତି।

ଏହାପୂର୍ବରୁ ବିଜୁ ଜନତା ଦଳ ସଂତୃପ୍ତ ମିଶ୍ର ଏବଂ ଡ. ଦତ୍ତେଶ୍ୱର ହୋତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି । ୪ର୍ଥ ପ୍ରାର୍ଥୀ ଭାବେ ଦତ୍ତେଶ୍ବରଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଡ. ଦତ୍ତେଶ୍ୱର ହୋତାଙ୍କୁ କଂଗ୍ରେସ ପକ୍ଷରୁ ସମର୍ଥନ ଦିଆଯାଇଛି । ଫଳରେ ୪ର୍ଥ ଆସନ ପାଇଁ ଡ.ଦତ୍ତେଶ୍ବର ହୋତା ଓ ଦିଲ୍ଲୀପ ରାୟଙ୍କ ମଧ୍ୟରେ ଟକ୍କର ହେବ।

୨୦୦୨ରେ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ବିଜେଡିର ବିରୋଧ ସତ୍ତ୍ୱେ କ୍ରସ ଭୋଟିଂରେ ବାଜି ମାରିଥିଲେ ଦିଲ୍ଲୀପ । ତେଣୁ ଦିଲ୍ଲୀପ ରାୟଙ୍କ ଏଣ୍ଟ୍ରି ରାଜ୍ୟସଭା ଭୋଟ ଗଣିତ ବଡ଼ ରୋଚକ କରିବ ବୋଲି ଆଲୋଚନା ହେଉଛି। ଦିଲ୍ଲୀପ ୩ ଥର ବିଧାୟକ ଓ ୨ ଥର ରାଜ୍ୟସଭା ସାଂସଦ ହେବା ସହ ମନ୍ତ୍ରୀ ମଧ୍ୟ ହୋଇଛନ୍ତି।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ