ଦିଲ୍ଲୀର ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ଦମନ ବିରୋଧରେ ଇଣ୍ଡିଆ ବ୍ଲକ୍‌ର ବିକ୍ଷୋଭ

ଭୁବନେଶ୍ୱର: ଦେଶରେ ଗଣତନ୍ତ୍ରର ସୁରକ୍ଷା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବରଖାସ୍ତ ଦାବିରେ ରାହୁଲ ଗାନ୍ଧୀଙ୍କ ସମେତ କଂଗ୍ରେସ ଓ ଇଣ୍ଡିଆ ମେଣ୍ଟର ବରିଷ୍ଠ ନେତାମାନଙ୍କ ଉପରେ ବଳପ୍ରୟୋଗ ତଥା ଗତ ୧୦ ଅକ୍ଟୋବରରେ ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ଆନ୍ଦୋଳନ ଉପରେ ପୋଲିସର ଦମନମୂଳକ କାର୍ଯ୍ୟାନୁଷ୍ଠାନ ବିରୋଧରେ ଆଜି ଭୁବନେଶ୍ୱରଠାରେ ଇଣ୍ଡିଆ ବ୍ଲକ୍‌ର ସହଯୋଗୀ ଦଳମାନଙ୍କ ପକ୍ଷରୁ ମିଳିତ ଭାବେ ତୀବ୍ର ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ଏହି ପ୍ରତିବାଦରେ ଭାରତୀୟ ଜାତୀୟ କଂଗ୍ରେସ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ), ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ), ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ-ଲେନିନବାଦୀ) ଲିବରେସନ, ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍, ସମାଜବାଦୀ ପାର୍ଟି, ଏନ୍‌ସିପି ଓ ଆର୍‌ଜେଡି ଆଦି ଦଳ ସାମିଲ ହୋଇଥିଲେ।ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନଠାରୁ ଇଣ୍ଡିଆ ବ୍ଲକ୍‌ର ଏକ ମିଳିତ ଶୋଭାଯାତ୍ରା ବାହାରି ଲୋୟର ପିଏମ୍‌ଜିଠାରେ ପହଞ୍ଚିଥିଲା। ସେଠାରେ ଏକ ଶକ୍ତିଶାଳୀ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।ପ୍ରତିବାଦ ସଭାରେ ବକ୍ତାମାନେ କହିଥିଲେ ଯେ ଗଣତାନ୍ତ୍ରିକ ଆନ୍ଦୋଳନକୁ ଦମନ କରିବା ପାଇଁ ଦେଶର ଗୃହ ମନ୍ତ୍ରଣାଳୟ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି କରି ଦିଲ୍ଲୀକୁ ଏକପ୍ରକାର ସେନା ଛାଉଣୀରେ ପରିଣତ କରିଦେଇଥିଲା। ବିଭିନ୍ନ ରାଜନୈତିକ ଦଳର କାର୍ଯ୍ୟାଳୟଗୁଡ଼ିକୁ ପୋଲିସ ଘେରାବନ୍ଦୀ କରି ରଖିଥିଲା। ବିଭିନ୍ନ ରାସ୍ତାରେ ବ୍ୟାରିକେଡ୍‌ ଲଗାଯିବା ସହ ଦେଶର ରାଜଧାନୀ ଦିଲ୍ଲୀକୁ ଆସୁଥିବା ଲୋକମାନଙ୍କୁ ଟ୍ରେନ୍‌, ମେଟ୍ରୋ ଓ ବିମାନରୁ ଓହ୍ଲାଇବା ପରେ ଗିରଫ କରାଯାଇଥିଲା। ବିଭିନ୍ନ ସ୍ଥାନରେ ଲାଠିଚାଳନା ଓ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରାଯାଇଥିଲା। ଛାତ୍ରଛାତ୍ରୀ, ବିଭିନ୍ନ ଗଣସଂଗଠନର କର୍ମୀ ଓ ରାଜନୈତିକ ନେତୃବୃନ୍ଦଙ୍କ ସମେତ ୭ ହଜାରରୁ ଅଧିକ ଲୋକଙ୍କୁ ଗିରଫ କରି ଅଟକ ରଖାଯାଇଥିବା ଅଭିଯୋଗ କରାଯାଇଥିଲା।ପ୍ରତିବାଦ ସଭାରେ ଭାରତୀୟ ଜାତୀୟ କଂଗ୍ରେସର ରାଜ୍ୟ ଉପସଭାପତି ସନ୍ତୋଷ ସିଂହ ସାଲୁଜା, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ରାଜ୍ୟ ସମ୍ପାଦକ ଡଃ ପ୍ରଶାନ୍ତ କୁମାର ମିଶ୍ର, ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ରାଜ୍ୟ ସମ୍ପାଦକମଣ୍ଡଳୀ ସଦସ୍ୟ ଦୁଷ୍ମନ୍ତ ଦାସ, ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ-ଲେନିନବାଦୀ) ଲିବରେସନର ରାଜ୍ୟ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍‌ର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର ଓ ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପିସିସି ମୁଖପାତ୍ର ଅରବିନ୍ଦ ଦାସ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ପ୍ରକାଶ ଚନ୍ଦ୍ର ଜେନା, ସୁଦର୍ଶନ ଦାସ, ପ୍ରକାଶ ମିଶ୍ର, ଜୟସ୍ମିତା ମହାନ୍ତି, ସିପିଆଇର ଜୟନ୍ତ ଦାସ, ସୁର ଜେନା ଓ କୈଳାସ ପୁହାଣ, ସିପିଆଇ(ଏମ୍‌)ର ପୁଷ୍ପା ଦାଶ, ଉଲ୍ଲାସ ସ୍ୱାଇଁ ଓ ପ୍ରଦୀପ୍ତ ନାୟକ, ସିପିଆଇ(ଏମ୍‌ଏଲ୍‌) ଲିବରେସନର ରାଧାକାନ୍ତ ସେଠୀ, ମହେନ୍ଦ୍ର ପରିଡ଼ା ଓ ଅଶୋକ ପ୍ରଧାନ, ଫରୱାର୍ଡ ବ୍ଲକ୍‌ର ପ୍ରତାପ ନାୟକ ଓ ଲକ୍ଷ୍ମୀ ଦୋରା ଏବଂ ସମାଜବାଦୀ ପାର୍ଟିର ବିଜୟ ବେହେରା ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।ଚାରିଦଫା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଦେଶବ୍ୟାପୀ ଜାରି ରହିବ। ଆସନ୍ତା ୧୨ ଅକ୍ଟୋବରରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଦିଲ୍ଲୀରେ ଏକ ବିଶାଳ ମହାସମାବେଶ ଅନୁଷ୍ଠିତ ହେବ ବୋଲି ଘୋଷଣା କରାଯାଇଛି।

  • Related Posts

    ମୋଦି ସରକାର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି:ରାହୁଲ

    ‘ଆମେ ଜାଣିଛୁ, ଭୋଟ ଚୋରି ନେଇ ହେଉଥିବା ଆନ୍ଦୋଳନ ଯୋଗୁ ଆପଣ ରାତିରେ ଶୋଇ ପାରୁ ନାହାନ୍ତି। କିନ୍ତୁ ଆମେ ଆପଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ଏହି ଆନ୍ଦୋଳନ ଆପଣଙ୍କ ଇସ୍ତଫାକୁ ସୁନିଶ୍ଚିତ କରିବ।’ ଆଜି ଏଭଳି କିଛି କହି ମୁଖ୍ୟ…

    Continue reading
    ଏବିଭିପିର ବଡ଼ ସଫଳତା, ୬୦ ମହାବିଦ୍ୟାଳୟର ୨୫୨ ପଦବୀରେ ନିର୍ଦ୍ୱନ୍ଦ୍ୱରେ ବିଜୟ

    ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବା ଏବିଭିପି ଏକ ବଡ଼ ସଫଳତା ହାସଲ କରିଛି । ରାଜ୍ୟର ୬୦ଟି ମହାବିଦ୍ୟାଳୟରେ ଏବିଭିପିର ପ୍ରାର୍ଥୀମାନେ ୨୫୨ଟି ପଦବୀରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ