ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ: ଯୁଆଡ଼େ ଦେଖିବ ସିଆଡ଼େ କେବଳ ଧୂଆଁ ଆଉ ଧୂଆଁ। ଗ୍ୟାସ୍‌ ଚାମ୍ବାର ପାଲଟି ଗଲାଣି ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌। ଦିନକୁ ଦିନ ଏହା ବଢ଼ି ଚାଲିଛି। ଫଳରେ ଲୋକେ ନିଶ୍ୱାସ ନେବା ଏବେ କଷ୍ଟକର ହୋଇପଡ଼ିଛି।

ଦୀପାବଳି ପୂର୍ବରୁ ଡ଼ରାଇଲାଣି ଦିଲ୍ଲୀର ପ୍ରଦୂଷଣ। ଏଠାକାର ଜଳବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ ଲୋକମାନେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୟସ୍କ ବ୍ୟକ୍ତି, ଛୋଟ ପିଲା ଏବଂ ରୋଗୀମାନେ ଏଥିଯୋଗୁ ଅଧିକ ସମସ୍ୟା ଭୋଗୁଛନ୍ତି। ସେମାନେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି।ସକାଳୁ ସକାଳୁ ହିଁ ଦିଲ୍ଲୀ, ନୋଏଡା-ଗ୍ରେଟର ନୋଏଡା ଏବଂ ଗାଜିଆବାଦ ସମେତ ଅନେକ ଅଞ୍ଚଳ ଧୂଆଁର ଚାଦର ତଳେ ଢ଼ାଙ୍କି ହୋଇଯାଇଛି। ପ୍ରଶାସନ ପ୍ରଦୂଷଣ ଦୂର କରିବା ପାଇଁ ଲାଗିପଡିଥିଲେ ସୁଦ୍ଧା ବାୟୁ ଗୁଣବତ୍ତାରେ କିନ୍ତୁ କୌଣସି ସୁଧାର ଆସୁନାହିଁ।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ