ଦିଲ୍ଲୀ ନିର୍ବାଚନ: ଚାଲିଛି ମତଦାନ

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ । ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀ ବାଛିବାକୁ ଭୋଟ୍ ଦେଉଛି ଦିଲ୍ଲୀ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ବିଭିନ୍ନ ମତଦାନ କେନ୍ଦ୍ରରେ ବର୍ତ୍ତମାନ ଭୋଟିଂ ପ୍ରକ୍ରିୟା ଜାରି ରହିଛି । ଏହା ସନ୍ଧ୍ୟା ୬ଟା ଯାଏଁ ଜାରି ରହିବ । ମତଦାନ ପୂର୍ବରୁ ମକ୍ ପୋଲିଂ କରାଯାଇଥିଲା । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ, ଚଳିତବର୍ଷ ଦିଲ୍ଲୀରେ ୧ କୋଟି ୫୬ ଲକ୍ଷ ୧୪ ହଜାର ମତାଦାତା ରହିଛନ୍ତି । ସେମାନଙ୍କ ମଧ୍ୟରେ ୮୩,୭୬,୧୭୩ ଜଣ ପୁରୁଷ ଓ ୭୨,୩୬,୫୬୦ ଜଣ ମହିଳା ଭୋଟର ରହିଛନ୍ତି ।
ସକାଳୁ ସକାଳୁ ବିଭିନ୍ନ ବୁଥରେ ବହୁ ବିଶ୍ବିଷ୍ଟ ବ୍ୟକ୍ତିବିଶେଷ ଭୋଟ ଦେଇସାରିଲେଣି । ବିଦେଶ ବ୍ୟାପାର ମନ୍ତ୍ରୀ ଜୟ ଶଙ୍କର, କେନ୍ଦ୍ରମନ୍ତ୍ରୀ ହରଦ୍ବୀପ ସିଂ ପୁରୀ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ସ୍ଥାନୀୟ ସାଂସଦ ବାଂଶୁରୀ ସ୍ବରାଜ ପ୍ରମୁଖ ଭୋଟ ଦେଇଛନ୍ତି । ସେହିପରି ଦିଲ୍ଲୀ ମୁଖ୍ୟ ନିର୍ବାଚନ ଅଧିକାରୀ ଏଲିସ ୱାଜ ନିଜର ମତ ସାବ୍ୟସ୍ତ କରିଛନ୍ତି । ଭୋଟ ଦେବା ପରେ ସେ ଜନତାଙ୍କୁ ଅପିଲ୍ କରି କହିଛନ୍ତି, “ସମସ୍ତେ ଘରୁ ବାହାରକୁ ଆସନ୍ତୁ । ଗଣତନ୍ତ୍ରର ଏହି ମହାପର୍ବରେ ନିଜକୁ ସାମିଲ୍‌ କରନ୍ତୁ । ସେହିପରି ମାଲବ୍ୟ ନଗର ଆସନ ବିଜେପି ପ୍ରାର୍ଥୀ ସତୀଶ ଉପାଧ୍ୟାୟ ବି ଭୋଟ ଦେଇଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ