ଦିଲ୍ଲୀ ଭୋଟ ଗଣତି: ​​ବିଜୟ ମୁହାଁ ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଥିଲା। ତେବେ ପରବର୍ତ୍ତୀ ସମୟରେ ଆପ୍ ଏବଂ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଆପ୍ ୨୫ ଏବଂ ବିଜେପି ୪୫ ଆସନରେ ଆଗୁଆ ରହିଛି। ଏହା ସହିତ ବିଜେପି ଏକତରଫା ବିଜୟ ମୁହାଁ ହୋଇଛି।

କାହା ଭାଗ୍ୟରେ ଦିଲ୍ଲୀ? କିଏ ଗଢ଼ିବ ଦିଲ୍ଲୀରେ ସରକାର । କେଜ୍ରିୱାଲଙ୍କ ଆପ୍‌ର ଦବଦବା ଜାରି ରହିବ ନା ୨୬ ବର୍ଷ ପରେ ପୁଣି ଫେରିବ ବିଜେପି? ୧୯୯୮ରୁ ୨୦୧୩ ପର୍ୟ୍ୟନ୍ତ ୧୫ ବର୍ଷ ଧରି କ୍ଷମତାରେ ଥିବା କଂଗ୍ରେସ ଭାଗ୍ୟରେ ଏଥର ପରିବର୍ତ୍ତନ ହେବ କି? ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି କରାଯାଉଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୫ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍‌ ଆଦମୀ ପାର୍ଟି(ଆପ୍‌) ୨୫ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ସମସ୍ତ ୭୦ ଆସନରେ ପଛୁଆ ରହିଛି। ଗତ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ହୋଇଥିଲା। ବିଭିନ୍ନ ଦଳରୁ ୬୯୯ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ।
ବିଜେପିର ନେତୃତ୍ୱ ସମ୍ପର୍କରେ ମନୋଜ ତିୱାରୀ କହିଛନ୍ତି, ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ ଅଛି। ମୁଁ ବିଶ୍ୱାସ କରେ ଯେ, ସଂଖ୍ୟା ଏହାଠାରୁ ଆହୁରି ଭଲ ହେବ। ଜନତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରିଛନ୍ତି। ଦିଲ୍ଲୀର ପ୍ରତ୍ୟେକ ବର୍ଗ ଆମ ଆଦମୀ ପାର୍ଟିଠାରୁ ନିଜକୁ ଦୂରେଇ ରଖିଛନ୍ତି। ଆଜି ଫଳାଫଳ ବିଜେପି ହାତେଇବ। ଆପ୍ ଯେଉଁଭଳି ଭାବରେ କୁଶାସନ କଲା , ଦୁର୍ନୀତିରେ ଲିପ୍ତ ରହିଲା, ଶୀଶମହଲ ନିର୍ମାଣ କଲା, ଜନତା ତାହାର ଜବାବ ଦେଉଛନ୍ତି।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ