ନୂଆଦିଲ୍ଲୀ,20।08: ସକାଳୁ ସକାଳୁ ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଜନଶୁଣାଣି ବେଳେ ଆକ୍ରମଣ କଲେ ଯୁବକ । ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବା ବେଳେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଛନ୍ତି । ନିଜ ଅଭିଯୋଗ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖକୁ ଆସିଥିବା ବେଳେ ଯୁବକ ହଠାତ୍ ରେଖାଙ୍କୁ ଚାପୁଡା ମାରିଥିବା ସୂଚନା ମିଳିଛି । ତେବେ ସୂଚନା ଅନୁସାରେ ୩୫ ବର୍ଷୀୟ ଯୁବକ ଜଣକ କିଛି କାଗଜ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖରେ ପହଞ୍ଚିଲେ ଏବଂ ଜୋରରେ ଚିଲେଇଲେ ଏବଂ ତାପରେ ହଠାତ୍ ଚାପୁଡା ମାରିଲେ । ଯୁବକଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଥିବା ବେଳେ ଆକ୍ରମଣର କାରଣ ଜଣାପଡିନି । ଘଟଣାକୁ ଦିଲ୍ଲୀ ବିଜେପି ନିନ୍ଦା କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ନେଇ ବିରାଟ ପ୍ରଶ୍ନ ଉଠିଛି ।
ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି
ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…




