ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ, ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦୀଘାରେ ମହାପ୍ରଭୁଙ୍କ ବିଗ୍ରହ ପାଇଁ ବଳକା ଦାରୁ କାଠ ଦିଆଯିବାକୁ ନେଇ ବିବାଦ ଘଟଣାରେ ଆକ୍ସନରେ ଶ୍ରୀମନ୍ଦିର ପ୍ରଶାସନ । ଆଇନ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ । ଆଜି ବିଭିନ୍ନ ନିଯୋଗ ସହ ଆଲୋଚନା କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗତକାଲି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଓ ସଂସ୍କୃତିକୁ ନେଇ ଗତ କିଛିଦିନ ହେବ ଗଣମାଧ୍ୟମରେ ଦ୍ବନ୍ଦ୍ବାତ୍ମକ ଖବର ପ୍ରସାରିତ ହେଉଛି ।

ଦୀଘାଠାରେ ପ୍ରତିଷ୍ଠା ହୋଇଥିବା ମନ୍ଦିର ନାମକୁ ଜଗନ୍ନାଥଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା ଓ ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବାକୁ ନେଇ ଚର୍ଚ୍ଚା ହେବା ଗ୍ରହଣୀୟ ନୁହେଁ । ଏହା ସାଢ଼େ ୪କୋଟି ଜନତାଙ୍କ ମନରେ କଷ୍ଟ ଦେଉଥିବା ଅନୁଭବ ହେଉଛି । ତେଣୁ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ । ଯଦି କେହି ଜ୍ଞାତସାରରେ ଏହି ଘଟଣା ଘଟାଇଛନ୍ତି କିମ୍ବା ଦୋଷୀ ସାବ୍ୟସ୍ତ ହେଉଛନ୍ତି, ତା’ହେଲେ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଦଣ୍ଡବିଧାନ ଗ୍ରହଣ କରାଯାଉ ବୋଲି ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ