ଦୀପାବଳି ପରେ ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦୀପାବଳି ପରେ ପରେ ପଡ଼ିଲା ମହଙ୍ଗା ମାଡ଼ । ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଗତ ମାସ ପରି ଚଳିତ ମାସ ବି ବଢ଼ିଛି କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ । ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୬୨ ଟଙ୍କା ଲେଖା ବଢ଼ିଛି । ଆଜିଠୁ ଏହି ନୂଆ ଦର ଲାଗୁ ହେବ । ଗତ ୪ ମାସ ହେବ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ ବଢ଼ିବାରେ ଲାଗିଛି।

ଦିଲ୍ଲୀରେ କମର୍ସିଆଲ ସିଲିଣ୍ଡର ଦାମ ୧୭୪୦ ଟଙ୍କାରୁ ବଢ଼ି ୧୮୦୨ ଟଙ୍କାରେ ପହଞ୍ଚି। କୋଲକତାରେ ଏହା ପୂର୍ବରୁ ୧୮୫୦.୫୦ ଟଙ୍କାରେ ମିଳୁଥିବା ବେଳେ ଏବେ ତାହା ୧୯୧୧.୫୦ ଟଙ୍କାରେ ପହଞ୍ଚିଛି। ମୁମ୍ବାଇରେ ପୂର୍ବରୁ ୧୬୯୨.୫୦ ଟଙ୍କାରେ ମିଳୁଥିବା ସିଲିଣ୍ଡର ଏବେ ୧୭୫୪ ଟଙ୍କାରେ ଉପଲବ୍ଧ ହେବ । ଚେନ୍ନାଇରେ ସିଲିଣ୍ଡର ଦାମ ୧୯୦୩ ଟଙ୍କାରୁ ବୃଦ୍ଧି ପାଇ ୧୯୬୪ ଟଙ୍କାରେ ପହଞ୍ଚିଛି।

ଗତ ୪ ମାସ ହେବ ନିୟମିତ ଭାବେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ ବୃଦ୍ଧି ପାଉଛି। ଅଗଷ୍ଟ ମାସରେ ଏହାର ଦାମ ୮ରୁ ୯ ଟଙ୍କା ବୃଦ୍ଧି ପାଇଥିବା ବେଳେ ସେପ୍ଟେମ୍ବର ମାସରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ଦର ପ୍ରାୟ ୩୯ ଟଙ୍କା ବୃଦ୍ଧି ପାଇଥିଲା। ଗତ ମାସ ଏହା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଥିବା ବେଳେ ଚଳିତ ମାସ ୬୨ ଟଙ୍କା ବଢ଼ିଛି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ