ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ପେନସନ୍‌ଭୋଗୀଙ୍କ ଟି. ଆଇ ରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର, ୧୬ ଅକ୍ଟୋବର ୨୦୨୫: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ