ଦୁଇଦିନ ପ୍ରବଳ ବର୍ଷା ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର,03।09: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ୨୪ଘଣ୍ଟା ମଧ୍ୟରେ ଘନୀଭୂତ ହେବା ସହ ପରବର୍ତ୍ତୀ ୨୪ଘଣ୍ଟାରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପ ପ୍ରଭାବରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଦୁଇଦିନ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ବର ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ରାଜଧାନୀର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। କେନ୍ଦୁଝର ଜିଲାର ହାଟଡିହିରେ ସର୍ବାଧିକ ୨୨୫.୧ମି.ମି. ବର୍ଷା ରେକର୍ଡ଼ ହୋଇଛି।ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ଅପରପକ୍ଷରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉତ୍ତର-ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ସମୁଦ୍ରରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ସମୁଦ୍ର ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ