ଦୁଇ ଟ୍ରକ୍ ଧକ୍କାରେ ୨ ଡ୍ରାଇଭର ମୃତ

ବଣାଇଁ: କେ. ବଲାଙ୍ଗ ଥାନା ଅନ୍ତର୍ଗତ ଚୁନା ଘାଟି କୁନ୍ଦୁରୁବୁରୁ ନିକଟରେ ଅଘଟଣ । ୫୨୦ ନମ୍ବର ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଟ୍ରକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । କେ ବଲାଙ୍ଗ ଥାନା ଅନ୍ତର୍ଗତ କୁନ୍ଦୁରୁବୁରୁ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍ କୋଇଡ଼ା ପଟକୁ ଯାଉଥିବା ବେଳେ ବିପରୀତ ଦିଗରୁ ବଣାଇଁ ପଟକୁ ଆସୁଥିବା ଏକ ଲୌହ ପଥର ବୋଝେଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଟ୍ରକ୍ ଚାଳକଙ୍କ ମୃତ୍ୟୁ ଘଟିଛି ।

​​​​​ଲୌହ ପଥର ବୋଝେଇ ଟ୍ରକ୍ ଚୁନା ଘାଟିରୁ ଓହ୍ଲାଉଥିବା ସମୟରେ ଗାଡ଼ିଟିର ବ୍ରେକ୍ ଫେଲ୍ ହୋଇଥିଲା । ଫଳରେ ଭାରସାମ୍ୟ ହରାଇ ଟ୍ରକ୍ ଚାରି ଥାକିଆ ରାସ୍ତା ଡିଭାଇଡରକୁ ଡେଇଁ ଅପର ପାର୍ଶ୍ଵକୁ ଚାଲିଯାଇଥିଲା । ଅପର ପାର୍ଶ୍ଵରେ କୋଇଡ଼ା ପଟକୁ ଯାଉଥିବା କୋଇଲା ବୋଝେଇ ଟ୍ରକ୍‌ କୁ ଧକ୍କା ଦେଇଥିଲା । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଁଞ୍ଚି ଦୀର୍ଘ ସମୟ ପରେ ଶବ ଉଦ୍ଧାର କରିଛନ୍ତି । କେ.ବଲାଙ୍ଗ ପୁଲିସ ତଦନ୍ତ ଜାରି ରଖିଛି । ମୃତ ଦୁଇ ଚାଳକ ମଧ୍ୟରେ ଜଣେ ବଡ଼ବିଲ୍ ଅଞ୍ଚଳର ଓ ଅନ୍ୟ ଜଣକ ଉତ୍ତରପ୍ରଦେଶ ଅଞ୍ଚଳର ବୋଲି ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି ।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ