ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଦେଶର ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ଏକ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। ଏହି ଗସ୍ତ ସମୟରେ ଆସନ୍ତା ୧୬ ତାରିଖ ଦିନ ସେ ଓଡ଼ିଶା ବିଧାନସଭାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଉପରାଷ୍ଟ୍ରପତିଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ଗସ୍ତ ପାଇଁ ରାଜ୍ୟ ସରକାର, ବିଧାନସଭା ସଚିବାଳୟ ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ୧୬ ତାରିଖରେ ଉପରାଷ୍ଟ୍ରପତି ବିଧାନସଭା ପରିସରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଓଡ଼ିଶା ବିଧାନସଭାରେ ଆୟୋଜିତ ଏକ ପ୍ରଶିକ୍ଷଣ ଶିବିରରେ ସେ ଯୋଗଦେବେ । ଏହି ଶିବିରରେ ବିଧାନସଭାର ସଦସ୍ୟମାନଙ୍କୁ ଗଣତାନ୍ତ୍ରିକ ବ୍ୟବସ୍ଥା, ସଂସଦୀୟ ପରମ୍ପରା ଓ ବିଧାନସଭାର କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ମାର୍ଗଦର୍ଶନ ଦିଆଯିବା କାର୍ଯ୍ୟକ୍ରମ ରହିଛି ।

ଏହି ଗସ୍ତକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ଆରମ୍ଭ କରି ବିଧାନସଭା ଏବଂ ତାଙ୍କର ରହଣି ସ୍ଥାନ ପର୍ଯ୍ୟନ୍ତ ସୁରକ୍ଷା ବଳୟକୁ ତ୍ରିସ୍ତରୀୟ କରାଯାଇଛି।

  • Related Posts

    ୨୮ରେ ଓଡ଼ିଶା ଆସିବେ ଅମିତ ଶାହ

    ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

    Continue reading
    ଗଞ୍ଜାମ ବନ୍ୟା ବିଭୀଷିକା; ୧୨ ଦିନ ପରେ ଖୋଲିଲା ସ୍କୁଲ

    ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରେ ଭୟଙ୍କର ବନ୍ୟାରେ ବେହାଲ ହୋଇପଡ଼ିଥିଲା ଗଞ୍ଜାମ । ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପରେ ହଠାତ୍ ନଦୀଜଳ ସ୍ତର ବଢିଥିଲା ଓ ଗାଁ ଓ ସହରକୁ ପାଣି ମାଡ଼ିଆସିଥିଲା । ବନ୍ୟାପାଣିରେ ସ୍କୁଲ, ଅଙ୍ଗନବାଡ଼ି, କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି