ଦୁର୍ଗାପୂଜା ପାଇଁ କଟକରେ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ

କଟକ: ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ କଟକ ସହରରେ ବ୍ୟାପକ ପୁଲିସ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ସମୟରେ ସହରରେ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏନେଇ କଟକ ଡିସିପି ରିଷିକେଶ ଖିଲାରୀ ସୂଚନା ଦେଇଛନ୍ତି।ପୂଜା ସମୟରେ ଆଇନଶୃଙ୍ଖଳା ରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ଏଥିପାଇଁ ୫୦୦ରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀଙ୍କ ସହ ୬ ପ୍ଲାଟୁନ ସିଏପିଏଫ୍‌ ଯବାନ ମଧ୍ୟ ମୁତୟନ ରହିବେ।

ସହରର ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ ସ୍ୱତନ୍ତ୍ର ନଜର ରଖାଯିବ। ଏଥିସହ ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଏବଂ ଆବଶ୍ୟକ ସମୟରେ ତ୍ୱରିତ ପଦକ୍ଷେପ ନେବା ପାଇଁ ସମ୍ବେଦନଶୀଳ ଅଞ୍ଚଳରେ ସ୍ପେଶାଲ୍ ଟିମ୍‌ ମୁତୟନ କରାଯିବ।ଅନ୍ୟପକ୍ଷରେ, ସହରର ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ୧୩୦୦ଟି ସିସିଟିଭି କ୍ୟାମେରା ମାଧ୍ୟମରେ ବିଭିନ୍ନ ସ୍ଥାନ ଉପରେ ନଜର ରଖାଯିବ। ପୁଲିସ ପକ୍ଷରୁ ନିଆଯାଇଥିବା ଏହି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଦ୍ୱାରା ଦୁର୍ଗାପୂଜା ସମୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ଶ୍ରଦ୍ଧାଳୁଙ୍କ ଯାତାୟାତକୁ ସୁଗମ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

  • Related Posts

    ଇଣ୍ଟରନେଟ୍ ବ୍ୟବହାର ମୌଳିକ ଅଧିକାର : ସୁପ୍ରିମକୋର୍ଟ

    ସୁପ୍ରିମକୋର୍ଟ କହିଛନ୍ତି ଯେ, ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର। ଏହି ଅଧିକାର ଶିଶୁମାନଙ୍କ ପାଇଁ ମଧ୍ୟ ପ୍ରୟୋଜ୍ୟ। ସେମାନଙ୍କୁ ଇଣ୍ଟରନେଟ୍‌ରୁ ସମ୍ପୂର୍ଣ୍ଣ ଭାବେ ବଞ୍ଚିତ କରିବା ଠିକ୍ ନୁହେଁ। ବେଞ୍ଚ କହିଛନ୍ତି ଯେ, ଶିଶୁମାନଙ୍କ ସୁରକ୍ଷା ଏବଂ…

    Continue reading
    ୨ ଆତଙ୍କବାଦୀ ନିହତ

    କୁପୱାଡା: ଜମ୍ମୁ-କାଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ସେନାକୁ ମିଳିଛି ବଡ଼ ଧରଣର ସଫଳତା। କୁପଓ୍ବାଡାରେ ଶନିବାର ଭୋର ପ୍ରାୟ ୩ଟା ୩ ୦ ମିନିଟ୍‌ରେ କୈରନ୍ ସେକ୍ଟରର ଜୁମାଗୁଡ ଅଞ୍ଚଳରେ ଏହି ସଂଘର୍ଷ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି