ଦୁର୍ଘଟଣାରେ 1 ମୃତ୍,୨ ଗୁରୁତର

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଡୁମୁରୁଡ଼ିହା ଛକ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର ସହିତ ଧକ୍କା ହେବା ପରେ ଏକ ପିଆଜ ବୋଝେଇ ଟ୍ରକ୍ ଜଳି ଯାଇଛି। ଏହା ସହିତ ଏକ ବାଇକ ମଧ୍ୟ ଜଳି ଯାଇଛି।

ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ପପୁ ମହାନ୍ତି। ତାଙ୍କ ଘର ନୂଆଗାଁରେ। ସେ ଜଣେ ଶ୍ରମିକ ଥିଲେ। ସେ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରରେ ବସିଥିଲେ।ସେହିପରି ଗୁରୁତର ଆହତ ଦ୍ୱୟ ହେଉଛନ୍ତି ପିଆଜ ବୋଝେଇ ଟ୍ରକ୍‌ର ଡ୍ରାଇଭର ଓ ହେଲପର। ସେମାନଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଟ୍ରାକ୍ଟର ସହିତ ଧକ୍କା ହେବା ପରେ ପିଆଜ ବୋଝେଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଏହା ପରେ ସେଥିରେ ନିଆଁ ଲାଗି ଯାଇଥିଲା। ବିଶୋଇ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

  • Related Posts

    ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

    ଭୁବନେଶ୍ୱର: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ ଭୁବନେଶ୍ୱର କ୍ଲବ ନିକଟରେ ତାଙ୍କୁ ପଛରୁ ଧକ୍କା ଦେଇଥିଲା ବସ୍‌। କ୍ୟାପିଟାଲ ଥାନା…

    Continue reading
    ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

    ଭୁବନେଶ୍ବର : ଖରାକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ । ସମସ୍ତ ସରକାରୀ, ବେସରକାରୀ ସ୍କୁଲ ପାଇଁ ଏହା ଲାଗୁ କରାଯାଇଛି। ସ୍କୁଲରେ ସକାଳୁଆ ପାଠପଢା ପାଇଁ ନିର୍ଦେଶ ଦିଆଯାଇଛି। ସକାଳ ସାଢେ ୬ ଟାରୁ ସାଢେ ୧୦ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ