ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର : ଦୁର୍ବଳ ହେଲା ଲଘୁଚାପ । ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ହେବାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସାମାନ୍ୟ ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହେଲା ଲଘୁଚାପ । ଉପକୂଳ ସମେତ ଆଭ୍ୟନ୍ତରୀଣ ଜିଲାରେ କୋହଲା ପାଗ ଜାରି ରହିଛି । ଆଜି ଠାରୁ ବର୍ଷାର ପରିମାଣ ଧିରେ ଧିରେ କମିବ। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେଉଛି ।

ପାଣିପାଗ ବିଭାଗ କହିଛି, ଗୁରୁବାର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାର ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସମ୍ଭାବନା ଅଛି । ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ଶୁକ୍ରବାରଠାରୁ ସାରା ରାଜ୍ୟରେ ପାଗ ଶୁଖିଲା ରହିବ । ୩୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ ରାଜ୍ୟରେ କୁହୁଡ଼ି ବଢ଼ିବ। ଗୁରୁବାର ସକାଳେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ସୋନପୁରରେ ଘନ କୁହୁଡ଼ି ହୋଇପାରେ । ଗୁରୁବାର ରାତିରୁ ଶୁକ୍ରବାର ସକାଳ ଯାଏଁ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ଘନ କୁହୁଡ଼ି ଘେରିବ । ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ମଧ୍ୟମ ଧରଣର କୁହୁଡ଼ି ନେଇ ସତର୍କ ସୂଚନା ଜାରି ହୋଇଛି ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ