ଦେବସ୍ନାନ ପୂର୍ଣ୍ଣିମା ; ପୁରୀରେ ଏହି ସ୍ଥାନରେ ପାର୍କିଂ କରିବେ ଭକ୍ତ

ପୁରୀ : ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍‌ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍‌ ଫାଷ୍ଟ୍‌ ସର୍ଭ, ଅର୍ଥାତ୍‌ ପ୍ରଥମେ ଆସିଥିବା ବ୍ୟକ୍ତିଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ଥାନ ମିଳିବ । ପୁଲିସ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଦୁଇ ଚକିଆ ଯାନ ନିମନ୍ତେ, ଭୁବନେଶ୍ବର ପାର୍ଶ୍ବର କମ୍ବା ବ୍ରହ୍ମଗିରି ପାର୍ଶ୍ବରୁ କିମ୍ବା କୋର୍ଣାର୍କ ପାର୍ଶ୍ବରୁ ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ମାର୍କେଟ ଛକ ପର୍ଯ୍ୟନ୍ତ ଅନୁମତି ପ୍ରଦାନ କରାଯାଇଛି ।

ଏଥିପାଇଁ ମାର୍କେଟ୍‌ କମ୍ପ୍ଲେକ୍ସ ନିକଟରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ଏହା ସହ ପୁରୁଣା ଜଗନ୍ନାଥ ବଲ୍ଲଭ ଠାରେ ପାର୍କିଂ ମଧ୍ୟ କରିପାରିବେ । ଫେରିବା ସମୟରେ ପୁରୁଣା ଜଗନ୍ନାଥ ବଲ୍ଲଭରେ ପାର୍କିଂ କରିଥିବା ଯାନ ନରେନ୍ଦ୍ରକୋଣ ଓ ଜଟିଆ ବାବାଜୀ ଛକ ଦେଇ ଫେରିବେ, ମ୍ୟୁନସିପାଲଟି ମାର୍କେଟ୍‌ କମ୍ପ୍ଲେକ୍ସରେ ପାର୍କିଂ କରିଥିବା ଯାନଗୁଡ଼ିକ ମେଡିକାଲ୍‌ ଛକ ଦେଇ ଫେରିବେ । ସମୁଦ୍ରକୂଳକୁ ଆସୁଥିବା ଶ୍ରଦ୍ଧାଳୁ ନିଜର ଦୁଇ ଚକିଆ ଯାନଗୁଡ଼ିକ ଭିଆଇପି ରୋଡ୍‌ ଦେଇ ଦିଗବାରେଣି ଠାରେ ପାର୍କିଂ କରିବେ ଏବଂ ଫେରିବା ବେଳେ ସେହି ରାସ୍ତା ଦେଇ ଫେରିବେ । ସେହିପରି ୪ ଚକିଆ ଯାନ ପାଇଁ ମଧ୍ୟ ରୁଟ୍‌ ଚାର୍ଟ ଜାରି କରିଛି ପୁରୀ ପୁଲିସ୍‌ ।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ