ଦେଶରେ ଓଡ଼ିଶା ନିନ୍ଦିତ ହେଲାଣି:ପ୍ରଦୀପ ମାଝୀ

ଭୁବନେଶ୍ବର: ବିଜେପି ସରକାର ଓଡ଼ିଶାକୁ ଆସିବା ପରେ ବୋଧେ କାହାର ନଜର ଲାଗିଯାଇଛି। ନାରୀ ସୁରକ୍ଷାରେ ଭାରତ ବର୍ଷରେ ଓଡ଼ିଶା ଉଦାହରଣ ସୃଷ୍ଟି କରିଥିଲା । କିନ୍ତୁ ବର୍ତ୍ତମାନ ସ୍ଥିତି ଓଲଟା ହୋଇଛି ବୋଲି ବିଜେଡିର ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ଅଭିଯୋଗ କରିଛନ୍ତି । ଦୁଷ୍କର୍ମ, ନିଜ ଜୀବନ ନେବା, ଆତ୍ମାହୁତି ଘଟଣା ରାଜ୍ୟରେ ଧୀରେଧୀରେବଢ଼ି ବଢ଼ି ଚାଲିଛି। ଦେଶରେ ଓଡ଼ିଶା ନିନ୍ଦିତ ହେଲାଣି।ପ୍ରବାସୀ ଓଡ଼ିଆ ମୁଣ୍ଡ ଟେକି ଚାଲି ପାରୁ ନାହାନ୍ତି। ଯେଉଁଠି ନାରୀ ଅସୁରକ୍ଷିତ ସେଠି ଓଡ଼ିଶାକୁ କିପରି ବିଜେପି ସରକାର ପୂର୍ବ ଭାରତର ମୁଖଶାଳା କରିବେ।
ମାଲକାନଗିରି ଘଟଣା ହୃଦୟ ବିଦାରକ ହୋଇଛି। ୧୫ ବର୍ଷର ନାବାଳିକାଙ୍କ ସହ ଦୁଇ ଦୁଇ ଥର ଦୁଷ୍କର୍ମ କରାଯାଇଛି । ଉଦ୍ଧାର ହେବା ପରେ ମଧ୍ୟ ଦୁଷ୍କର୍ମ କରା ଯାଇଛି। ଡବଲ ଇଞ୍ଜିନ୍ ସରକାରରେ ଡବଲ ଦୁଷ୍କର୍ମ ହେଉଛି। ପୁଲିସ ଅଭିଯୋଗ ପରେ ବି ଅଭିଯୁକ୍ତଙ୍କ ବିରୋଧରେ କିଛି କାର୍ୟ୍ୟାନୁଷ୍ଠାନ ହେଉନାହିଁ । ନ୍ୟାୟ ନ ମିଳିବାରୁ ଲଜ୍ଜା ସହି ନପାରି ବିଷ ପିଇ ନିଜ ଜୀବନ ନେବାକୁ ଉଦ୍ୟମ କରିଛନ୍ତି। ଏବେ ସେ ଡାକ୍ତରଖାନାରେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି। ବନ୍ଧୁ ଗାଁ କୋରାପୁଟରେ ଜୁଲାଇରେ ଦୁଷ୍କର୍ମ କରାଯାଇଥିଲା। କିଛି ନ୍ୟାୟ ମିଳିନାହିଁ। ଅନୁସୂଚିତ ଜନଜାତି ବିଭାଗର ମନ୍ତ୍ରୀ ଚୁପ୍ ରହିଛନ୍ତି।

ଦକ୍ଷିଣ ଓଡିଶାରେ ନାରୀ ସୁରକ୍ଷାକୁ ନେଇ ବିଜେଡି ଆନ୍ଦୋଳନ କରିବ । ଶୁକ୍ରବାର ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ମାଲକାନଗିରି ଯାଇ ପୀଡ଼ିତାଙ୍କ ପରିବାରଙ୍କୁ ଭେଟିବେ। ଡାକ୍ତରଖାନାରେ ଯାଇ ତଥ୍ୟ ସଂଗ୍ରହ କରିବେ। ୨୬ ତାରିଖରେ ଡିଆରାଇଜି ଅଫିସ୍ ଘେରାଉ କରାଯିବା ସହ ଆନ୍ଦୋଳନ କରାଯିବ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।

  • Garvita Odia

    Related Posts

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ଭୁବନେଶ୍ବର : ବିଜେଡ଼ି ଆଣିବ ଅନାସ୍ଥା ! ଇଙ୍ଗିତ ଦେଲେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ ସାହୁ । ଏ ନେଇ ଶଙ୍ଖ ଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି । ବୈଠକରେ ଦେବୀ ମିଶ୍ର, ପ୍ରଣବ ପ୍ରକାଶ…

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ଼ ବୟାନ। କହିଲେ ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ। ଏନେଇ ଚର୍ଚ୍ଚା ଆଲୋଚନା ଚାଲିଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେଉଛି ମୁଖ୍ୟମନ୍ତ୍ରୀଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ