ଧର୍ମ ବଦଳାଇଥିଲେ ବୋଲି ଶବକୁ ମିଳୁନି ଶ୍ମଶାନ

ରାୟଗଡ଼ା : ଧର୍ମ ବଦଳାଇଥିଲେ ବୋଲି ଶବକୁ ମିଳୁନି ଶ୍ମଶାନ। ଗ୍ରାମବାସୀଙ୍କ ପ୍ରବଳ ବିରୋଧ ଯୋଗୁଁ ହୋଇପାରୁନି ବୃଦ୍ଧଙ୍କ ଶବ ସଂସ୍କାର। ରାୟଗଡା ବ୍ଲକ ଗାଜିଗାଁ ଗ୍ରାମରେ ଘଟଣା ଘଟିଛି। ଦୀର୍ଘ ୨୪ ଘଣ୍ଟା ହେବ ବୃଦ୍ଧଙ୍କ ଶବ ପଡ଼ି ରହିଛି।
ସୂଚନାନୁଯାୟୀ, ଗାଜିଗାଁ ଗ୍ରାମର ଆଦିବାସୀ ସଂପ୍ରଦାୟର ଜାକାକା ଦାମ (୬୫ ବର୍ଷ) ୪ ରୁ ୫ ବର୍ଷ ତଳେ ଖ୍ରୀଷ୍ଟିଆନ ଧର୍ମ ଗ୍ରହଣ କରିଥିଲେ। କିଛି ମାସ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଗତକାଲି ସକାଳ ପ୍ରାୟ ୭ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଖ୍ରୀଷ୍ଟ ଧର୍ମ ଅନୁଯାୟୀ ଦାମଙ୍କୁ ଆଜି ସ୍ଥାନୀୟ ଶ୍ମଶାନରେ କବର ଦିଆଯାଇଥାନ୍ତା। ହେଲେ ଗ୍ରାମବାସୀମାନେ ଏହାକୁ ବିରୋଧ କରିଥିଲେ। ଏହି ଶ୍ମଶାନ କେବଳ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ଏବଂ ପୋଡା ଯାଉଥିବାରୁ ଦାମଙ୍କ ମୃତଦେହକୁ କବର ଦେବା ପାଇଁ ଗ୍ରାମବାସୀ ବାରଣ କରିଥିଲେ। ପ୍ରବଳ ବିରୋଧ ଯୋଗୁଁ ବର୍ତ୍ତମାନ ସୁଦ୍ଧା ଦାମଙ୍କ ଶେଷକୃତ୍ୟ ହୋଇପାରିନଥିବା ଜଣାପଡିଛି।

ଗାଜିଗାଁ ଗ୍ରାମରେ ୪/୫ ଆଦିବାସୀ ପରିବାର ଖ୍ରୀଷ୍ଟ ଧର୍ମ ଗ୍ରହଣ କରିଛନ୍ତି । ମୃତ ଦାମଙ୍କ ତିନି ପୁଅ ଏବଂ ଅନ୍ୟ ସଂପର୍କୀୟମାନେ ଥିବା ବେଳେ ଏନେଇ କୌଣସି ଅଭିଯୋଗ କାହାରିକୁ କରାଯାଇନାହିଁ। ସ୍ଥାନୀୟ ପରମ୍ପରା ଅନୁଯାୟୀ ଗ୍ରାମରେ କାହାର ମୃତ୍ୟୁ ହେ‌ଲେ ରୋଷେଇ ହୁଏ ନାହିଁ । ଦାମଙ୍କ ମୃତ୍ୟୁ ହେବାର ପ୍ରାୟ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଶେଷକୃତ୍ୟ ପାଇଁ ଶ୍ମଶାନ ମିଳି ପାରିନି। ତେଣୁ ଗ୍ରାମରେ ଏବେ ରୋଷେଇ ବନ୍ଦ ରହିଛି । ଶେଷକୃତ୍ୟ ପାଇଁ ଗ୍ରାମରେ ବୈଠକ ହୋଇଥିଲେ ମଧ୍ୟ କୌଣସି ସମାଧାନର ରାସ୍ତା ବାହାରିପାରି ନାହିଁ।

  • Related Posts

    ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

    ଦେବଗଡ଼:ଦେବଗଡ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ସଙ୍କୁଳ ପ୍ରମୁଖ ସଦାନନ୍ଦ ସାହୁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ତିଲେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ ମୁଖ୍ୟଅତିଥି, ଜିଲ୍ଲା ପ୍ରମୁଖ…

    Continue reading
    ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପାର୍ଶ୍ୱରେବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମହିଳା ବିଧାୟିକା ସରଳା ଦେବୀଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରଳା ଦେବୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କରିବା ସହ ନିଜର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ