ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ମନ୍ତ୍ରୀ

ଭୁବନେଶ୍ବର: ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଏହି ଘୋଷଣା ଚାଷୀଙ୍କ ମନରେ ନୂଆ ଆଶାର ସଞ୍ଚାର କରିବ। ଧାନ ନଷ୍ଟ ହେଲେ କ୍ଷତିପୂରଣ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ମଣ୍ଡିରେ ଧାନର ସୁରକ୍ଷା ପାଇଁ ଜରି ପାଲର ବ୍ୟବସ୍ଥା କରାଯାଇଛି ।
ମଣ୍ଡିରେ ଧାନ ଓଦା ହେବା ସମ୍ଭାବନା କମ୍। ବିଲରେ ବର୍ଷା ଯୋଗୁଁ ଗଜା ହୋଇ ଯାଇପାରେ । ବର୍ଷା କମିଲେ ଧାନ ଶୁଖିଲା ପରେ ମଣ୍ଡିରେ କିଣାଯିବ ବୋଲି ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ