ନଦୀରୁ ମହିଳାଙ୍କ ଶବ ଉଦ୍ଧାର

ବରୀ: ରଂପା ପଞ୍ଚାୟତର ଦୁଧେଇ ନଦୀରୁ ସୋମବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ବେଳେ ବରୀ ପୁଲିସ ଉଦ୍ଧାର କରିଛି। ନଦୀବନ୍ଧ ପାର୍ଶ୍ବରେ ଥିବା ଏକ ଶବର ବସ୍ତିର ନାଲୁ ଦାସଙ୍କ ସ୍ତ୍ରୀ ଗୀତା ଦାସ(୪୦)ଙ୍କ ମୃତଦେହ ବୋଲି ଚିହ୍ନଟ କରିଛନ୍ତି ପରିବାର ଲୋକେ।

ଗତକାଲି ସଂଧ୍ୟା ପର୍ଯ୍ୟନ୍ତ ଗୀତା ନଦୀବନ୍ଧରେ ବସି ଫୋନରେ କଥା ହେଉଥିବା ଗାଁ ଲୋକମାନେ ଦେଖିଥିଲେ। ମାତ୍ର ରାତିକୁ ଗୀତା ଘରକୁ ଫେରିନଥିବାରୁ ପରିବାର ଲୋକେ ତାକୁ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳିନଥିଲା। ସୋମବାର ସକାଳେ ତାଙ୍କର ମୃତଦେହ ପାଣିରେ ଭାସୁଥିବାର ଦେଖିବାକୁ ମିଳିଥିଲା। ଖବର ପାଇ ବରୀ ପୁଲିସ ପହଞ୍ଚି ଶବ ଉଦ୍ଧାର କରି ୨୨/୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ପାଇଁ ଯାଜପୁର ପଠାଇଥିଲା ବେଳେ ଏହାକୁ ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକମାନେ ଅଭିଯୋଗ କରିଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ ସତ୍ୟତା ଜଣାପଡ଼ିବ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ