ନନ୍ଦନକାନନରେ ଧଳାବାଘ ଛୁଆର ମୃତ୍ୟୁ

ଭୁବନେଶ୍ୱର: ପ୍ରାଣୀପ୍ରେମୀଙ୍କ ପାଇଁ ଦୁଃଖଦ ଖବର। ନନ୍ଦନକାନନରେ ଏକ ଧଳା ବାଘ ଛୁଆର ମୃତ୍ୟୁ ଘଟିଛି। ୭ମାସର ଏହି ମାଈ ଧଳା ବାଘ ଛୁଆଟି ବାଘ କ୍ରିଷ୍ଣା ଏବଂ ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ମାସରେ ଜନ୍ମଗ୍ରହଣ କରିଥିଲା।
ଗତ ମାର୍ଚ୍ଚ ମାସରେ ଛୁଆଟି ଅସୁସ୍ଥ ହୋଇପଡ଼ିଥିଲା। ଫଳରେ ତାହାକୁ ଏନକ୍ଲୋଜରରୁ ଅଲଗା ରଖି ଚିକିତ୍ସା କରାଯାଇଥିଲା। ସୁଦ୍ଧ ହେବା ପରେ ତା’କୁ ପୁଣି ଏନକ୍ଲୋଜରରେ ଛଡ଼ାଯାଇଥିଲା। କିନ୍ତୁ ଗତ ରବିବାର ଦିନ ହଠାତ୍‌ ଛୁଆଟିର ମୃତ୍ୟୁ ଘଟିଥିଲା। ବାଘ ଛୁଆର ମୃତ୍ୟୁ ପରେ ନନ୍ଦନକାନନ କର୍ମଚାରୀ ଏବଂ ପର୍ୟ୍ୟଟକମାନଙ୍କ ମଧ୍ୟରେ ନିରାଶା ଦେଖିବାକୁ ମିଳିଛି। ବ୍ୟବଚ୍ଛେଦ ପରେ ବାଘ ଛୁଆ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ