ନନ୍ କ୍ୟାଡର ସରକାରୀ ଓକିଲମାନଙ୍କ ପାଇଁ ଦୁଇଦିନିଆ ତାଲିମ ଶିବିର

ଦେବଗଡ଼:ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆଜି ରାଜ୍ୟ ଆଇନ ବିଭାଗ ପକ୍ଷରୁ ନନ୍ କ୍ୟାଡର ସରକାରୀ ଓକିଲ ମାନଙ୍କ ପାଇଁ ଦୁଇଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଇନ ବିଭାଗ ଡେପୁଟି ଡାଇରେକ୍ଟର ପ୍ରକାଶ ଚନ୍ଦ୍ର ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ ମୁଖ୍ୟଅତିଥି,ବରିଷ୍ଠ ଡାକ୍ତର ଅମୃତ ପ୍ରିତମ ଶତପଥୀ, ଢେଙ୍କାନାଳ ଜିଲ୍ଲାର ଡେପୁଟି ଡାଇରେକ୍ଟର ଗଣେଶ ବେହେରା,ପିପି ଯୋଗେଶ୍ବର ପାତ୍ର,ଆସିଷ୍ଟାଣ୍ଟ ଡାଇରେକ୍ଟର ନିରଞ୍ଜନ ନାୟକ,ଏସଡିପିଓ ରମେଶ ଚନ୍ଦ୍ର ମହାନା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ଦୁଇଦିନ ଧରି ଏହି ତାଲିମ କାର୍ଯ୍ୟକ୍ରମରେ ରାଜ୍ୟ ବିଭିନ୍ନ ଜିଲ୍ଲାର ବରିଷ୍ଠ ସରକାରୀ ଆଇନଜ୍ଞ,ଡାକ୍ତର,ଫରେନସିକ ରିସର୍ଚ୍ଚ ବ୍ୟକ୍ତି ଯୋଗଦେଇ ନବନିଯୁକ୍ତ ନନ୍ କ୍ୟାଡର ସରକାରୀ ଓକିଲ ମାନଙ୍କୁ ବୈଷୟିକ ଜ୍ଞାନକୌଶଳ ଏବଂ ବିଭିନ୍ନ ମାମଲାରେ ପୀଡିତ ପୀଡିତା ଙ୍କୁ ନ୍ୟାୟ ପ୍ରଦାନ ସହ ଅପରାଧୀମାନଙ୍କୁ ଦଣ୍ଡାଦେଶ ସଂପର୍କରେ ତାଲିମ ପ୍ରଦାନ କରିବ‌େ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ