ନବଜାତର ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା

ଯାଜପୁର: ଯାଜପୁର ମେଡିକାଲରେ ଉତ୍ତେଜନା। ନବଜାତ ଶିଶୁର ମୃତ୍ୟୁ ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ପ୍ରସବ ବେଦନା ପରେ ଭଦ୍ରକ କୁମ୍ଭାରୀଆ ଅଞ୍ଚଳରୁ ଜଣେ ମହିଳା ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କର ଏକ ଶିଶୁ କନ୍ୟା ଜନ୍ମ ହୋଇଥିଲା।

ଶିଶୁଟି ଅସୁସ୍ଥ ଥିବାରୁ ତାର ଅଧିକ ଚିକିତ୍ସା ପାଇ କଟକ ପଠାଇ ଥିଲା ଯାଜପୁର ମେଡିକାଲ। ହେଲେ ଶିଶୁର ମୃତ୍ୟୁ ପରେ ପରିବାର ଲୋକ ମୃତ ଶିଶୁକୁ ଧରି ଠେଙ୍ଗା ବାଡ଼ି ଧରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ହଙ୍ଗାମା କରିଛନ୍ତି।

ସେପଟେ ମୃତ ଶିଶୁକୁ କାହିଁକି କଟକ ପଠାଗଲା ତାର ତଦନ୍ତ ଦାବି କରିବା ସହ ଚିକିତ୍ସା କରିଥିବା ଡାକ୍ତରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି।

  • Related Posts

    ମାଟ୍ରିକ୍ ପରୀକ୍ଷାରେ ରାଜ୍ୟର ମୋଟ୍ ପାସ୍ ହାର ୯୫.୩୩ %

    ଭୁବନେଶ୍ବର, ୨ ମଇ ୨୦୨୬:ରାଜ୍ୟରେ ଚଳିତ ବର୍ଷ ୫ ଲକ୍ଷ ୩୬ ହଜାର ୩୦୬ ଜଣ ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୧୯ ହଜାର ୨୫୧ ଜଣ ପାସ୍ ହୋଇଛନ୍ତି । ଚଳିତଥର ପାସ୍‌ହାର ୯୫.୩୩…

    Continue reading
    ୩୦ରେ ହେବ ମହାନଦୀ ଜଳ ବିବାଦ ଶୁଣାଣି

    ଭୁବନେଶ୍ଵର: ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି ହୋଇଛି। ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ହେଉଛି । ସେନେଇ ଟ୍ରିବ୍ୟୁନାଲରେ ଅବଗତ କରାଗଲା । ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଉଭୟ ଓଡ଼ିଶା ଓ ଛତିଶଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା