ନବନିଯୁକ୍ତଙ୍କୁ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ସଚ୍ଚୋଟତାକୁ କର୍ମ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ

ଭୁବନେଶ୍ୱର,16।09: ସରକାରୀ ଚାକିରି କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରି ନ ଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ। ଏହି କ୍ଷେତ୍ରରେ ସଚ୍ଚୋଟତାକୁ କର୍ମ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ ବୋଲି ନବନିଯୁକ୍ତଙ୍କୁ ନିଯୁକ୍ତି ମେଳାରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆଠାରେ ଏକାଦଶତମ ନିଯୁକ୍ତି ମେଳା ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ୭ ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଥିଲେ, ଆପଣମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଊର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ କର୍ମ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି।
୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ସମୁଦାୟ ୩୦,୦୩୨ଟି ପଦବୀରେ ନିଯୁକ୍ତି ପ୍ରଦାନ କରାଯାଇଛି। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ। ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆମ ସରକାର ଯାହା ପ୍ରତିଶ୍ରୁତି ଦିଅନ୍ତି, ତାହା ପୂରଣ କରିଥାନ୍ତି। ଆମର ଲକ୍ଷ୍ୟ ରହିଛି ୫ ବର୍ଷରେ ୧.୫୦ ଲକ୍ଷ ନିଯୁକ୍ତି ପ୍ରଦାନ। ଆଜି ସୁଦ୍ଧା ୩୦ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ପ୍ରଦାନ କରାଗଲାଣି। ପାଞ୍ଚ ବର୍ଷ ଭିତରେ ଆମେ ଖାଲି ଥିବା ସମସ୍ତ ପଦବୀ ପୂରଣ କରିବୁ। କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ