‘ନବୀନଙ୍କୁ ହରାଇବା ପାଇଁ ଷଡ଼ଯନ୍ତ୍ର ରଚାଯାଇଥିଲା’

ଭୁବନେଶ୍ବର : ‘ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତ ନିର୍ବାଚନରେ ହରାଇବା ପାଇଁ ସୁଚିନ୍ତିତ ଷଡ଼ଯନ୍ତ୍ର ରଚାଯାଇଥିଲା। ଏଥିପାଇଁ ତାଙ୍କୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା। ବିଜେଡି କ୍ଷମତାକୁ ଆସିଥିଲେ ଓ ନବୀନ ବାବୁ ନିର୍ବାଚନରେ ପରାସ୍ତ ହୋଇଥିଲେ ବିଜେଡିର ଦ୍ବିତୀୟ କ୍ଷମତାକେନ୍ଦ୍ର କୁହାଯାଉଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ଆସନରେ ବସିଥାନ୍ତେ’ ବୋଲି ନିକଟରେ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ଦେବୁଲି ଦାସ ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି । ୨୦୧୯ ନିର୍ବାଚନରେ କଣ୍ଟାବାଞ୍ଜି ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇଥିବା ଲକ୍ଷ୍ମଣ ବାଗ ମାତ୍ର ୧୨୬ ଖଣ୍ଡ ଭୋଟରେ ହାରିଥିଲେ। କଣ୍ଟାବାଞ୍ଜିରେ ଯାଦବ ସମ୍ପ୍ରଦାୟର ୯୩ ହଜାର ଭୋଟର ଅଛନ୍ତି। ନବୀନ ବାବୁଙ୍କୁ ସେଠାରୁ ପ୍ରାର୍ଥୀ କରିବାର ନ ଥିଲା। ଚକ୍ରାନ୍ତ କରି ତାଙ୍କୁ ଜାଣିଶୁଣି କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା ବୋଲି ଶ୍ରୀ ଦାସ କହିଛନ୍ତି। ବିଜେଡି‌େ‌ର ତାଙ୍କ ପତ୍ନୀଙ୍କୁ ଉପେକ୍ଷା କରାଯିବାରୁ ସେ ଦଳ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଆସନ୍ତା ୬ରେ ସେ ବିଜେପିରେ ସାମିଲ ହୋଇ ପଦ୍ମ ଧରିବେ ବୋଲି ଶ୍ରୀ ଦାସ ଗଣମାଧ୍ୟମକୁ କହିଛନ୍ତି।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ