ନବୀନଙ୍କ ହୋଲି ଶୁଭେଚ୍ଛା

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ରଙ୍ଗ ହିଁ ରଙ୍ଗ । ସାରା ଓଡ଼ିଶା ଆଜି ରଙ୍ଗ ଓ ଉଲ୍ଲାସରେ ଭିଜିଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ରଙ୍ଗ ଖେଳି, ପରସ୍ପରକୁ ଅଭିନନ୍ଦନ ଜଣାଇ ଓ ମିଠା ବଣ୍ଟନ କରି ଏହି ପର୍ବକୁ ଉତ୍ସାହର ସହ ପାଳନ କରୁଛନ୍ତି । ପିଲାଠୁ ବୃଦ୍ଧ, ନେତା ଠାରୁ ମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ହୋଲି ଖେଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, “ରଙ୍ଗର ପର୍ବ ହୋଲିର ହାର୍ଦ୍ଦିକ ଶୁଭେଚ୍ଛା । ଆନନ୍ଦ ଓ ଉଲ୍ଲାସର ଏହି ପର୍ବ ସଭିଙ୍କ ଜୀବନ ଖୁସି ଭରି ଦେଉ । ସମସ୍ତେ ସୁରକ୍ଷିତ ଭାବେ ହୋଲି ପାଳନ କରନ୍ତୁ ।”

ହୋଲି ପର୍ବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସହରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ପୋଲିସ ଟିମ୍ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପ୍ରହରା ଦେଉଛନ୍ତି । ସମଗ୍ର ରାଜ୍ୟରେ ଶାନ୍ତିପୂର୍ଣ୍ଣ ଓ ଉଲ୍ଲାସମୟ ପରିବେଶ ମଧ୍ୟରେ ହୋଲି ପାଳନ ହେଉଛି ।

  • Related Posts

    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading
    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ