
ଭୁବନେଶ୍ୱର : ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଏହି ଅବସରରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ ।ଗତ କିଛି ଦିନ ପୂର୍ବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଥିଲା । ଯାହାପରେ ନବୀନଙ୍କୁ ତୁରନ୍ତ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତିନି ଦିନ ଧରି ଚିକିତ୍ସା ହେବା ପରେ ଅଗଷ୍ଟ ୨୦ ତାରିଖରେ ଘରୋଇ ମେଡିକାଲରୁ ଡିସଚାର୍ଜ ହୋଇଥିଲେ । ବର୍ତ୍ତମାନ ସେ ନବୀନ ନିବାସରେ ଅଛନ୍ତି । ନିୟମିତ ଭାବେ ଏକ ଡାକ୍ତରୀ ଟିମ୍ ନବୀନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏହିକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟିଛନ୍ତି। ନବୀନଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।
ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟିଥିଲେ । ଏହାସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ।