ନବୀନ ବାବୁ ଇନ୍ଦ୍ରଙ୍କ ସହିତ ସିଧା କଥା ହୁଅନ୍ତି କି ?- ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ ବନ୍ୟାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ପାଲଟା ଜବାବ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ ସିଧାସଳଖ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ।

ସୁରେଶ ପୂଜାରୀ କହିଛନ୍ତି, ” ନବୀନ ବାବୁ ଇନ୍ଦ୍ରଙ୍କ ସହିତ ସିଧା କଥା ହୁଅନ୍ତି କି ? ରାଜ୍ୟରେ ଅଧିକ ବର୍ଷା ହେଉଛି । ସେଥିପାଇଁ କଣ ଆମ ସରକାର ଦାୟୀ । ବିଜେଡି ସରକାର ଥିବା ବେଳେ ନବୀନ ପଟ୍ଟନାୟକ କ’ଣ ଇନ୍ଦ୍ରଦେବଙ୍କ ସହିତ କଥା ହେଉଥିଲେ କି? ତା’ହେଲେ ଆମକୁ ବି ନମ୍ବର ଦିଅନ୍ତୁ।”

କେବଳ ଏତିକି ନୁହେଁ ଟୁଇନ୍ ସିଟି ସମେତ ବିଭିନ୍ନ ସହରାଞ୍ଚଳରେ ସୃଷ୍ଟି ହେଉଥିବା ଜଳବନ୍ଦୀ ପାଇଁ ପୂର୍ବ ସରକାରଙ୍କ ଅପାରଗତା ହିଁ ପ୍ରମୁଖ କାରଣ ବୋଲି କହିଛନ୍ତି । ଦୀର୍ଘ ୨୪ ବର୍ଷ ଧରି ଶାସନରେ ଥିବା ବିଜେଡି ସରକାର ଯଦି ଡ୍ରେନେଜ୍ ବ୍ୟବସ୍ଥା ଠିକ୍ କରିଥାନ୍ତେ, ତେବେ ଲୋକଙ୍କୁ ଏଭଳି ହଇରାଣ ହରକତ ହେବାକୁ ପଡିନଥାନ୍ତା ବୋଲି କହିଛନ୍ତି । ତେବେ ରାଜସ୍ବ ମନ୍ତ୍ରୀଙ୍କ ପାଲଟା ଜବାବ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି ।

  • Related Posts

    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading
    ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ

    ଭୁବନେଶ୍ୱର: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ