ନବ ଦାସଙ୍କ ପୁଅ ଥାନାରେ ଅଟକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ମହାସମୁଦ ଜିଲ୍ଲା ଅନ୍ତର୍ଗତ ସରେଇପାଲି ଥାନା ପୁଲିସ ବିଶାଳଙ୍କୁ ଅଟକ ରଖିଛି । ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି । ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ ରହିଥିବା ଜଣାଯାଇଛି। ତେବେ ଏପରି ଗଣତନ୍ତ୍ର ଚଳିବ ନାହିଁ, ତୁରନ୍ତ ଆମ ମୁକୁଳିବା ବ୍ୟବସ୍ଥା କର ବୋଲି କହି ସେ ରାଜ୍ୟ ସରକାରୀଙ୍କୁ ଜଣାଇଛନ୍ତି

ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ୟ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ । ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୁଲିସର ପ୍ରତିକ୍ରିୟା ମିଳିନି।

ଗତକାଲି ସମ୍ବଲପୁର ଅଇଁଠାପାଲିସ୍ଥିତ ବିଶାଲଙ୍କ ହୋଟେଲରେ ଯାଞ୍ଚ କରିଥିଲା ସରେଇପାଲି ଥାନା ପୁଲିସ ସହ ସ୍ଥାନୀୟ ପୁଲିସ୍‌। ସେମାନଙ୍କ ମଧ୍ୟରେ କିଛି ସାଦା ପୋଷାକଧାରୀ ବି ଥିଲେ। ତେବେ ବିନା ସର୍ଚ୍ଚ ୱାରେଣ୍ଟରେ ପୁଲିସ କାହିଁକି ହୋଟେଲରେ ପଶି ଯାଞ୍ଚ କଲା, ସେ ନେଇ ବିଶାଲ ଆପତ୍ତି ଉଠାଇବା ସହ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହା ପଛରେ କିଛି ରାଜନୈତିକ ଚାପ ଥାଇପାରେ ବୋଲି କହିଛନ୍ତି ବିଶାଲ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି