ନବ ଦାସ ହତ୍ୟାକାଣ୍ଡ:ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ

ଭୁବନେଶ୍ୱର: ନବ ଦାସ ହତ୍ୟାକାଣ୍ଡ ମାମଲାରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ମାସେ ହେଲାଣି ନବଙ୍କ ମୃତ୍ୟୁକୁ ନେଇ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ଆଉ ଏହି ସମୟରେ ବଡ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି।
ସେ ଆହୁରି ମଧ୍ୟ କହିଛନ୍ତି, ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି । ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ।
ପ୍ରକାଶ ଯେ ବିଜେଡି ସରକାର ଥିବା ବେଳେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ ନବବାବୁ । ସରକାରୀ ଗସ୍ତରେ ଥିବା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ସଙ୍ଗେ ସଙ୍ଗେ ସେଠାରେ ସେ ଗୁରୁତର ହୋଇପଡିଥିଲେ । ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ଚିକିତ୍ସା ଲାଗି । ଡାକ୍ତର ସେଠାରେ ଇସିଜି କରିଥିଲେ..ହେଲେ ସେହି ଇସିଜି ରିପୋର୍ଟକୁ ନେଇ କେଁ ଦେଖାଦେଇଥିବା । ପରେ ପରେ ତଦନ୍ତଭାର ଯାଇଥିଲା କ୍ରାଇମବ୍ରାଞ୍ଚକୁ । ହେଲେ ବାବୁମାନେ କାହା ଚାପରେ କେମିତି ତଦନ୍ତ କଲେ ଯେ ଘଟଣାର ଦୁଇବର୍ଷ ପୂରିବାକୁ ବସିଲାଣି ହତ୍ୟା ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ କିଏ ଥିଲେ ସେନେଇ କିଛି ଜଣାପଡ଼ିଲା ନାହିଁ । ଖାଲି ଏତିକି ନୁହେଁ ବରଂ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନରେ ବି ଭୁଲ ରିପୋର୍ଟ ଦର୍ଶାଯାଇଥିବା ରିପୋର୍ଟରେ କୁହାଯାଇଛି । ଏହାସହ ଜାଣିଶୁଣି ମାମଲାକୁ ଚପା ଯାଇଥିବା ଅଭିଯୋଗ ହୋଇଛି ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ