ନଭେମ୍ବର ୫ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ବଢ଼ିଲା ବାଲିଯାତ୍ରା ପ୍ଲଟ ଆବଣ୍ଟନ ପଞ୍ଜୀକରଣ

କଟକ: ବଢ଼ିଲା ବାଲିଯାତ୍ରା ପ୍ଲଟ ଆବଣ୍ଟନ ପଞ୍ଜୀକରଣ ଅବଧି । ଐତିହାସିକ ବାଲିଯାତ୍ରା କଟକ ୨୦୨୫ରେ ଷ୍ଟଲ ଖୋଲିବା ପାଇଁ ପ୍ଲଟ ପଞ୍ଜୀକରଣ ତାରିଖ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । କର୍ଫ୍ୟୁ ପରିସ୍ଥିତି ଏବଂ ଇଣ୍ଟରନେଟ ବନ୍ଦ ରହିଥିବା ଅନେକ ବ୍ୟବସାୟୀ ପଞ୍ଜୀକରଣରୁ ବଞ୍ଚିତ ହୋଇଥିଲେ । ଏହି କାରଣରୁ ସମୟ ବୃଦ୍ଧି କରାଯାଇଛି । ଯଥାଶୀଘ୍ର ପଞ୍ଜୀକରଣ କରାଇନେବକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଉଭୟ ଅନଲାଇନ ଓ ଅଫଲାଇନ ଜରିଆରେ ପଞ୍ଜୀକରଣ ଜାରି ରହିଛି । ବାରବାଟୀ ପ୍ୟାଲେସ ଠାରେ ଦୈନିକ ସକାଳ ୧୦ଟାରୁ ସଂଧ୍ୟା ୫ଘଟା ୩୦ ଯାଏଁ ଫର୍ମ ଦାଖଲ ଓ ପଞ୍ଜିକରଣ କାର୍ଯ୍ୟ ଚାଲୁ ରହିବ । ସେହିପରି ବାଲିଯାତ୍ରା ପଡ଼ିଆର ୫ କିଲୋମିଟର ଅବଧିକୁ “ଡ୍ରୋନ୍ ମୁକ୍ତ ଅଞ୍ଚଳ” ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ନଭେମ୍ବର ୧ ତାରିଖ ଠାରୁ ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଅଂଚଳ ଡ୍ରୋନ୍ ମୁକ୍ତ ରହିବ । ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ନଭେମ୍ବର ୫ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ଏହି ହେବାକୁ ଯାଉଛି ବାଲିଯାତ୍ରା ।
ଅନଲାଇନ ମାଧ୍ୟମରେ ପଞ୍ଜୀକରଣ ପାଇଁ ଇଚ୍ଛୁକ ଅନୁଷ୍ଠାନ ତଥା ବ୍ୟବସାୟୀ www.baliyatra.net ୱେବ୍‌ସାଇଟରେ ପଞ୍ଜୀକରଣ କରିପାରିବେ ।

  • Related Posts

    ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ :କ୍ୟାଡର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ

    ଭୁବନେଶ୍ୱର: ଓଡ଼ିଶା ସୂଚନା ସେବା ସଂଘ ( ଓଆଇଏସଏ) ପକ୍ଷରୁ ଏହାର ବାର୍ଷିକ ଉତ୍ସବ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଭାରତୀୟ ବିଦ୍ୟା ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ବିଭିନ୍ନ ଉପଖଣ୍ଡ, ଜିଲ୍ଲା, ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟ ସମେତ ରାଜ୍ୟ…

    Continue reading
    ଜାଗୋ ସମାଜରେ ସକାରାତ୍ମକ ପରିବର୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

    ଭୁବନେଶ୍ୱର: ସମାଜରେ ପରିବର୍ତନ ଆଣିବାକୁ ହେଲେ ପ୍ରଥମେ ନିଜ ଭିତରେ ପରିବର୍ତନ ଆଣିବା ଆବଶ୍ୟକ । ଆମର ଚିନ୍ତାଧାରା, ଆଚରଣ ଓ କାର୍ଯ୍ୟରେ ସକାରାତ୍ମକତା ଆଣିବା ଜରୁରୀ । ଏହିଭଳି ଏକ ମହତ୍ ଉଦ୍ଦେଶ୍ୟ, ଦୃଢ଼ ସଂକଳ୍ପ ଓ ସମର୍ପିତ ପ୍ରୟାସର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ