ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା ଆମର ଲକ୍ଷ୍ୟ – ଧର୍ମେନ୍ଦ୍ର

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ରବିବାର ସମ୍ବଲପୁର ଜିଲ୍ଲା ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ “ସମୃଦ୍ଧ ଗାଁ, ସମୃଦ୍ଧ ସମ୍ବଲପୁର” ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ସମ୍ବଲପୁରର ଗ୍ରାମାଞ୍ଚଳରେ ନାଗରିକଙ୍କ ମୌଳିକ ସୁବିଧାକୁ ଗୁରୁତ୍ୱ, ସ୍ୱଚ୍ଛତା, ପାନୀୟ ଜଳ, ଜୀବନଜୀବିକାକୁ ଗୁରୁତ୍ୱ, ପ୍ରଶାସନିକ ସଂସ୍କାର ତଥା ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ଉପରେ ଆଲୋଚନା ହୋଇଥିଲା । ମନରେଗା ଯୋଜନାରେ ଶ୍ରମିକମାନଙ୍କୁ ସଶକ୍ତ କରିବା, ପିଏମ ସ୍ୱନିଧି ଯୋଜନାରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆତ୍ମନିର୍ଭର କରିବା, ଏସଏଚଜି ସଂଗଠନର ମା’ ଭଉଣୀମାନଙ୍କ ଆର୍ଥିକ କାର୍ୟ୍ୟକୁ ସୁବ୍ୟବସ୍ଥିତ ସହ ସ୍ୱାବଲମ୍ବୀ କରିବା ଆଦି ବିଭିନ୍ନ ବିଷୟରେ ଗୁରୁତ୍ୱାରୋପ କରାଯାଇଥିଲା ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ପାଖରେ ଯୋଜନାର ଅଭାବ ନାହିଁ । ଅନେକ ବିଭାଗ, ନୀତି ଓ କାର୍ୟ୍ୟକ୍ରମ କ୍ରିୟାନ୍ୱୟନ ହେଉଛି । ଆମର ମୂଳ ଲକ୍ଷ୍ୟ ହେଉଛି ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା । ସମ୍ବଲପୁରରେ ଥିବା ସମ୍ଭାବନା, ଭିତ୍ତିଭୂମି, ଉତ୍ପାଦନ ଓ ବଜାରକୁ ଦୃଷ୍ଟିରେ ରଖି ସମ୍ବଲପୁରୀ ବ୍ରାଣ୍ଡକୁ ଆଗକୁ ନେବା ଆମର ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।
ଏହି ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଏବଂ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସହ ସମ୍ବଲପୁର ଜିଲ୍ଲା ପ୍ରଶାସନିକ ଅଧିକାରୀମାନେ ଯୋଗଦେଇଥିଲେ ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ