
କୋଣାର୍କ: କୋଣାର୍କ ବଳଙ୍ଗା ଥାନା ବାୟାବର ଗାଁରେ ଅଭାବନୀୟ ଘଟଣା ଘଟିଛି । ଯୁକ୍ତ ଦୁଇରେ ପାଠ ପଢୂଥିବା ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ନାବାଳିକା ଛାତ୍ରୀକୁ ପିପିଲି ମେଡିକାଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଉଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି । ତେବେ ନାବାଳିକାଙ୍କ ଉପରେ କିଏ ଓ କାହିଁକି ନିଆଁ ଲଗାଇ ଦେଇଥିଲେ ସେନେଇ ତନାଘନା ଆରମ୍ଭ ହୋଇଛି ।