ନାମାଙ୍କନ କଲେ ଦେବାଶିଷ

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି ।

ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ସକାଶେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ ବିଜେଡି ଛାଡ଼ିବା ସହିତ ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲିପଡ଼ିଛି। ୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ୟ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ ହୋଇଥା’ନ୍ତା। ତା’ ପୂର୍ବରୁ ୨୦୨୬ ମେ’ ୨୫ ତାରିଖରେ ସେ ଏହି ପଦରୁ ଇସ୍ତଫା ଦେଇଥିଲେ।ଦେବାଶିଷ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ମେ’ ୨୫ରେ ସେ ବିଜେଡିରୁ ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ି ଦେଇଥିଲେ। ମେ’ ୨୬ରେ ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ବିଜେପି ତାଙ୍କୁ ଏହି ଉପନିର୍ବାଚନରେ ପ୍ରାର୍ଥୀ କରି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଥିଲା।

ରାଜ୍ୟସଭା ଉପନିର୍ବାଚନ ଜୁନ୍ ୮ ହେଉଛି ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ। ଜୁନ୍ ୯ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଜୁନ୍ ୧୧। ଜୁନ୍ ୧୮ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ହେବ ଓ ଫଳାଫଳ ଘୋଷଣା କରାଯିବ। ଯଦି ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନଦିଅନ୍ତି ଅବା କେହି ସ୍ୱାଧୀନ ଭାବେ ପ୍ରାର୍ଥୀ ନ ହୁଅନ୍ତି, ତା’ହେଲେ ଭୋଟ୍‌ର ଆବଶ୍ୟକତା ପଡ଼ିବ ନାହିଁ ଏବଂ ଦେବାଶିଷ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେବେ।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ୨୦୨୯ରେ ମଧ୍ୟ ବିଜେପି ସପକ୍ଷରେ ଜନାଦେଶ ଯିବ:ପ୍ରଦୀପ ପୁରୋହିତ

    ଭୁବନେଶ୍ବର: ଓଡିଶାରେ ବିଜେଡି ସରକାର ପତନ ଓ ବିଜେପି ସରକାର ଉତ୍ଥାନକୁ ଦୁଇ ବର୍ଷ ପୂରଣ ହୋଇଛି । ଆଜିର ଦିନକୁ ମୁଖ୍ୟମନ୍ତ୍ରୀ ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଯୁଗାନ୍ତକାରୀ ଓ ଗୌରବମୟ ଦିବସ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଫଳତା ଦାବିର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ