ନାଳରୁ ନିଖୋଜ ଯୁବକଙ୍କ ମୃତଦେହ ଠାବ

ଦେବଗଡ଼: ନାଳରୁ ନିଖୋଜ ଯୁବକଙ୍କ ମୃତଦେହ ଠାବ ହୋଇଛି। ଦେବଗଡ ଜିଲ୍ଲା ବାକୋଟ ଥାନା ଟାଇଁସିରା ଯୌତୁକ ନାଳରୁ ମୃତଦେହ ଉଦ୍ଧାର ହୋଇଛି। ପଥର ବାନ୍ଧି ନାଳରେ ଯୁବକଙ୍କ ମୃତଦେହ ଫିଙ୍ଗା ଯାଇଥିବା ଅନୁମାନ କରାଯାଉଛି। ହତ୍ୟା ସନ୍ଦେହରେ ଗ୍ରାମବାସୀମାନେ ଜଣଙ୍କୁ ଅଟକ ରଖିଛନ୍ତି। ଅଟକ ଯୁବକଙ୍କୁ ପୁଲିସ୍‌ ଆଣିବାକୁ ଚେଷ୍ଟା କରିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମବାସୀମାନେ ପୁଲିସ୍‌ ଗାଡିକୁ ଘେରାଉ କରିଛନ୍ତି। ମୃତକ ରାଜକିଶୋର ମହାକୁଳ ବୋଲି ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନାଳରୁ ମୃତଦେହ ଉଦ୍ଧାର କରିଛି।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ